Posted inଖେଳ

କୋହଲିଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧୫।୯: ଆଇସିସି ସର୍ବଶେଷ ଟି -୨୦ ମାନ୍ୟତା ପ୍ରକାଶ କରିଛି। ଦକ୍ଷିଣ ଆଫ୍ରିକା-ଶ୍ରୀଲଙ୍କା ଏବଂ ବାଂଲାଦେଶ-ନ୍ୟୁଜିଲାଣ୍ଡ ମଧ୍ୟରେ ଟି -୨୦ ସିରିଜ ପରେ ଏହି ର଼୍ୟାଙ୍କିଙ୍ଗରେ ବଡ଼ ପରିବର୍ତ୍ତନ ହୋଇଛି। ଦକ୍ଷିଣ ଆଫ୍ରିକାର ଉଇକେଟ କିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକଙ୍କୁ ବ୍ୟାଟ୍ସମ୍ୟାନ ମାନ୍ୟତାରେ ଜବରଦସ୍ତ ଲାଭ ମିଳିଛି। ଶ୍ରୀଲଙ୍କା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ସିରିଜରେ ସର୍ବାଧିକ ରନ ସ୍କୋରର ହୋଇଥିବା ଡି କକ ଚାରିଟି ସ୍ଥାନକୁ ଡେଇଁ ଅଷ୍ଟମ ସ୍ଥାନରେ ରହିଛନ୍ତି।
ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପାଇଁ ମଧ୍ୟ ଖୁସି ଖବର ରହିଛି। ସେ ଗୋଟିଏ ସ୍ଥାନର ଲାଭ ସହିତ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି । ଅନ୍ୟପକ୍ଷରେ କେ.ଏଲ ରାହୁଲ ଷଷ୍ଠ ସ୍ଥାନରେ ରହିଛନ୍ତି। ଶ୍ରେଷ୍ଠ ପାଞ୍ଚଟିରେ କୌଣସି ପରିବର୍ତ୍ତନ ହୋଇନାହିଁ ଏବଂ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଡେଭିଡ ମାଲାନ ଏକ ନମ୍ବର ସ୍ଥାନରେ ରହିଛନ୍ତି। ସେମାନଙ୍କ ବ୍ୟତୀତ ବାବର ଆଜାମ ଏବଂ ଆରୋନ ଫିଞ୍ଚ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।
ବାଂଲାଦେଶର ଦ୍ରୁତ ବୋଲର ମୁସ୍ତାଫିଜୁର ରେହମାନ ବୋଲର ମାନ୍ୟତାରେ ଉଚ୍ଚକୁ ଉନ୍ନୀତ ହୋଇଛନ୍ତି ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି -୨୦ରେ ୪ ଉଇକେଟ ନେଇଥିବା ମୁସ୍ତାଫିଜୁର ଅଷ୍ଟମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଶ୍ରେଷ୍ଠ ପାଞ୍ଚଟିରେ କୌଣସି ପରିବର୍ତ୍ତନ ହୋଇନାହିଁ ଏବଂ ତବରେଜ ଶାମସି ଶୀର୍ଷରେ ରହିଛନ୍ତି। ସେମାନଙ୍କ ବ୍ୟତୀତ ହସରାଙ୍ଗା, ରସିଦ ଖାନ, ଆଦିଲ ରସିଦ ଏବଂ ମୁଜିବ ଉର ରେହମାନ ଯଥାକ୍ରମେ ଦ୍ୱିତୀୟ, ତୃତୀୟ ଏବଂ ଚତୁର୍ଥ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri