Posted inଜାତୀୟ

ବିଶ୍ୱର ଶହେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ମୋଦି,ମମତା, ପୁନାୱାଲା

ନୂଆଦିଲ୍ଲୀ,୧୬ ।୯: ଟାଇମ୍ ମାଗାଜିନର ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲାଙ୍କ ନାମ ସାମିଲ ହୋଇଛି । ପ୍ରତିଷ୍ଠିତ ଟାଇମ୍ ମାଗାଜିନ୍ ବୁଧବାର ଏହି ତାଲିକା ପ୍ରକାଶ କରିଛି । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ, ଚାଇନା ରାଷ୍ଟ୍ରପତି ସି ଜିଙ୍ଗ ପିଙ୍ଗ, ପ୍ରିନ୍ସ ହ୍ୟାରି, ମେଘନ ମାର୍କେଲ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମ ସାମିଲ ହୋଇଛି । ଏଥିରେ ତାଲିବାନର ସହ ସଂସ୍ଥାପକ ମୁଲ୍ଲା ଅବଦୁଲ ଗନି ବରାଦରଙ୍କ ନାମ ମଧ୍ୟ ରହିଛି । ଭାରତୀୟ-ଆମେରିକା ଖବରଦାତା ଫରିଦ ଜକାରିୟା ମୋଦିଙ୍କ ବିଷୟରେ ଲେଖିଛନ୍ତି, କେଭିଡ-୧୯ ମିସ୍ ମ୍ୟାନେଜମେଣ୍ଡ, ମୃତକଙ୍କ ପ୍ରକୃତ ସଂଖ୍ୟା ଘୋଷଣାଠାରୁ ବହୁ ଅଧିକ ହେବା ଅନୁମାନ କରାଯିବା ପରେ ବି ଲୋକଙ୍କ ନିକଟରେ ତାଙ୍କର ଲୋକପ୍ରିୟତା ସାମାନ୍ୟ କମ୍ ହୋଇଛି । ସେହିପରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାରତୀୟ ଜନତା ପାର୍ଟି(ଭାଜପା)ର ଦବଦବା ପରେ ବି ପଶ୍ଚିମବଙ୍ଗରେ ପୁଣିଥରେ ଶାସନ କ୍ଷମତାକୁ ନିଜ ହାତକୁ ଆଣିବା ବଡକଥା । ଅନ୍ୟପଟେ କରୋନା ମହାମାରୀ ସମୟରେ ପୁଣେ ସ୍ଥିତ ଔଷଧ କମ୍ପାନୀ ସିରମ ଇନଷ୍ଟିଚୁୃଟର ସିଇଓ ଅଦାର ପୁନାୱାଲା ଅକ୍ସଫୋର୍ଡର କୋଭିଡ ଭ୍ୟାକ୍ସିନ କୋଭିସିଲ୍ଡର ଭାରତରେ ଏକ୍ସଟ୍ରାଜେନିକା ସହ ମିଶି ଟିକା ପ୍ରସ୍ତୁତ କରିବା ବଡ କଥାଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri