ଜେଲ ଗଲେ ଇଞ୍ଜିନିୟର

ବ୍ରହ୍ମପୁର ଅଫିସ,୧୭।୯: ଗଞ୍ଜାମ ଜିଲା ଆସିକା ସ୍ଥିତ ଉଠା ଜଳସେଚନ ଉପବିଭାଜନର ସହକାରୀ ଯନ୍ତ୍ରୀ (ବୈଦ୍ୟୁତିକ) ଈଶ୍ୱର ଦାସଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଗୁରୁବାର ଗିରଫ କରିଥିଲା। ମାମଲା ନଂ.୧୪/୨୧ରେ ତାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଏସ୍‌ପିଙ୍କ ଦାୟିତ୍ୱରେ ଥିବା ଡିଏସପି ହେନେରୀ କୁଲୁ ସୂଚନା ଦେଇଛନ୍ତି। ଈଶ୍ୱରଙ୍କୁ କୋର୍ଟ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି।

ବୁଗୁଡା ବ୍ଲକ କୋଟକୋଲାଠାରେ ଥିବା ନଦୀରେ ଉଠା ଜଳସେଚନ ବିଭାଗ ପକ୍ଷରୁ ପ୍ରକଳ୍ପ କାର୍ଯ୍ୟ ଚାଲୁଛି। କଟକର ଆଖଣ୍ଡଳମଣି ଇଲେକ୍ଟ୍ରିକାଲ ଠିକା ସଂସ୍ଥା ଏହି ପ୍ରକଳ୍ପ ନିର୍ମାଣ ଦାୟିତ୍ୱ ନେଇଛି। ପ୍ରକଳ୍ପର ବିଲ୍‌ ପାସ ପାଇଁ ସେ ଠିକା ସଂସ୍ଥାକୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଠିକା ସଂସ୍ଥାର ପ୍ରକଳ୍ପ ସଂଯୋଜକ ଜଗମୋହନ ପଣ୍ଡା ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟରେ ଜଣାଇଥିଲେ। ଗୁରୁବାର ସହକାରୀ ଯନ୍ତ୍ରୀ ଈଶ୍ୱର ବ୍ରହ୍ମପୁରସ୍ଥିତ ଉଠା ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଥିବାବେଳେ ସେଠାକୁ ଟଙ୍କା ଆଣିଦେବାକୁ ପୂର୍ବରୁ ସେ ଜଗମୋହନଙ୍କୁ କହିଥିଲେ। ଯୋଜନା ମୁତାବକ ଜଗମୋହନ ବ୍ରହ୍ମପୁର ଯାଇ ଈଶ୍ୱରଙ୍କୁ ୫୦ ହଜାର ଟଙ୍କା ଦେଇଥିଲେ। ଏହି ସମୟରେ ପୂର୍ବରୁ ଉପସ୍ଥିତ ଥିବା ଭିଜିଲାନ୍ସ କର୍ମଚାରୀ ସହକାରୀ ଯନ୍ତ୍ରୀ ଈଶ୍ୱରଙ୍କୁ କାବୁ କରିଥିଲେ। ଭିଜିଲାନ୍ସ ଟମ୍‌ ଲାଞ୍ଚ ୫୦ ଟଙ୍କା ଜବତ କରିବା ସହ ତାଙ୍କର ବ୍ରହ୍ମପୁର ଭଡାଘର ସମେତ ୪ଟି ସ୍ଥାନରେ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri