ବିଜୟଙ୍କ ନଁ।ରେ ଓଡ଼ିଶାରେ ଜମି, ହୋଟେଲ, ଫାର୍ମହାଉସ୍‌

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବହୁ କୋଟି ଟଙ୍କାର ଓ୍ବେଲ୍‌ଫେୟାର ଚିଟ୍‌ପଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇ ୩ ଦିନିଆ ରିମାଣ୍ଡରେ ଥିବା ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକ ମାଲ୍ଲା ବିଜୟ ପ୍ରସାଦଙ୍କ ଓଡ଼ିଶା ଲିଙ୍କ୍‌ର ଗୁମର ଫିଟିବାରେ ଲାଗିଛି। କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଲ୍ୟୁ ତାଙ୍କୁ ପଚରାଉଚରା ଜାରି ରଖିଛି। ତେବେ ଜେରା ସମୟରେ ତାଙ୍କଠୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ଇଓଡବ୍ଲ୍ୟୁ ଏସ୍‌ପି ବିଜି ମହାନ୍ତି ଶୁକ୍ରବାର ଗଣମାଧ୍ୟମକୁ କହିଛନ୍ତି। ଓଡିଶାରେ ତାଙ୍କର ମୂଲ୍ୟବାନ ଜମି, ହୋଟେଲ୍‌, ଫାର୍ମହାଉସ୍‌ ଆଦି କୋଟି କୋଟି ଟଙ୍କାର ସମ୍ପତ୍ତି ଥିବା ଜଣାପଡିଛି। ତେବେ ଏସବୁ ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଓଡ଼ିଶା ଜମାକାରୀ ସ୍ବାର୍ଥ ସୁରକ୍ଷା (ଓପିଆଇଡି) କୋର୍ଟକୁ ଜଣାଇବାକୁ ଇଓଡବ୍ଲ୍ୟୁ ପ୍ରସ୍ତୁତ ହେଉଛି। ସମ୍ପତ୍ତି ଜବତ ପରେ ଜମାକାରୀଙ୍କୁ ଟଙ୍କା ଫେରାଇବା ପ୍ରକ୍ରିୟା ଆରମ୍ଭ ହେବ ବୋଲି ଏସ୍‌ପି କହିଛନ୍ତି। ଅନ୍ୟପକ୍ଷରେ ଶନିବାର ଅଭିଯୁକ୍ତଙ୍କ ରିମାଣ୍ଡର ଅବଧି ସରିବାକୁ ଥିବାବେଳେ ଇଓଡବ୍ଲ୍ୟୁ ତାଙ୍କୁ କଟକର ଓପିଆଇଡି କୋର୍ଟରେ ହାଜର କରିବ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ଅଭିଯୁକ୍ତ ମାଲ୍ଲା ବିଜୟ ପ୍ରସାଦ ୱେଲ୍‌ଫେୟାର ବିଲ୍ଡିଂ ଆଣ୍ଡ୍‌ ଇଷ୍ଟେଟ୍‌ ପ୍ରାଇଭେଟ ଲିମିଟେଡ ନାମକ ଏକ କମ୍ପାନୀ ଖୋଲିଥିଲେ। ଜମାରାଶି ଉପରେ ଅଧିକ ରିଟର୍ନ ସହ ଭାଇଜାଗ୍‌ରେ ଶସ୍ତାରେ ଜମି ଯୋଗାଇଦେବାର ଲୋଭ ଦେଖାଇ ମାଲ୍ଲାଙ୍କ ସଂସ୍ଥା ବିଭିନ୍ନ ରାଜ୍ୟ ସମେତ ଓଡ଼ିଶାର ଲୋକଙ୍କଠାରୁ ଟଙ୍କା ଆଦାୟ କରିଥିଲା। ନିର୍ଦ୍ଧାରିତ ସମୟରେ ଜମି ନ ମିଳିବାରୁ ଏନେଇ ଓଡ଼ିଶା କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ନିକଟରେ ପ୍ରାୟ ୧୫୦ଟି ଅଭିଯୋଗ ହୋଇଥିଲା। ଇଓଡବ୍ଲ୍ୟୁ ବିଶାଖାପାଟଣାରୁ ମାଲ୍ଲା ବିଜୟଙ୍କୁ ଗିରଫ କରି ଗତ ୭ ତାରିଖରେ କଟକ ଓପିଆଇଡି କୋର୍ଟରେ ହାଜର କରାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। ତେବେ ବିଜୟ ପ୍ରସାଦଙ୍କ ଠକେଇ ସଂକ୍ରାନ୍ତ ଅଧିକ ତଥ୍ୟ ହାସଲ କରିବାକୁ ଇଓଡବ୍ଲ୍ୟୁ ପକ୍ଷରୁ କୋର୍ଟରେ ୩ ଦିନିଆ ରିମାଣ୍ଡ ପାଇଁ ଆବେଦନ କରାଯାଇଥିଲା। କୋର୍ଟ ଅଭିଯୁକ୍ତଙ୍କୁ ୧୫ ତାରିଖ ଅପରାହ୍ନ ୪ଟାରୁ ୧୮ ତାରିଖ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ରିମାଣ୍ଡ ଅନୁମତି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri