‘ଅତୁଟ ବନ୍ଧନ’ ବାର୍ତ୍ତା ପୁରସ୍କାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଚଳିତ ବର୍ଷର ରକ୍ଷାବନ୍ଧନ ଉତ୍ସବ ଉପଲକ୍ଷେ ଧରିତ୍ରୀ ପକ୍ଷରୁ ‘ଅତୁଟ ବନ୍ଧନ’ ବାର୍ତ୍ତା ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ପ୍ରତିଯୋଗିତାର ୭୦ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ଶନିବାର ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନସ୍ଥିତ ‘ଦ ପ୍ରେସ୍‌ କ୍ଲବ ଓଡ଼ିଶା’ ପରିସରରେ ପୁରସ୍କୃତ କରାଯାଇଛି। କାର୍ଯ୍ୟକ୍ରମକୁ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଆରମ୍ଭ କରିବା ସହ ଓଡ଼ିଆ ପରମ୍ପରାରେ ରାଖୀ ପର୍ବ ସ୍ବତନ୍ତ୍ର ବାର୍ତ୍ତା ବହନ କରିଥାଏ। ଏହି ପର୍ବ ଭଉଣୀଭାଇଙ୍କ ମଧ୍ୟରେ ଥିବା ନିଆରା ଭାବକୁ ଉଦ୍ରେକ କରିଥାଏ ବୋଲି ପ୍ରକାଶ କରିଥିଲେ। ଅତୁଟ ବନ୍ଧନ ପ୍ରତିଯୋଗିତାର ପ୍ରାୟୋଜକ ଗୁପ୍ତା ଡିଷ୍ଟ୍ରିବ୍ୟୁଟର ସ୍ବତ୍ୱାଧିକାରୀ ରାଜେଶ ଗୁପ୍ତା, ସହ-ପ୍ରାୟୋଜକ ରୁଚି ମସଲା କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ, ପଣ୍ଡା ଟ୍ରାଭେଲ ମାର୍ଟର ମୁଖ୍ୟ ଶିବ ପ୍ରସାଦ ପଣ୍ଡା, ପାନାସୋନିକର ମାର୍କେଟିଂ ମ୍ୟାନେଜର ଶେଖ୍‌ ରଫିକ୍‌ ଉପସ୍ଥିତ ରହି ବିଜେତାଙ୍କୁ ପୁରସ୍କୃତ କରିଥିଲେ। ବିଜେତାଙ୍କୁ ସ୍ବର୍ଣ୍ଣ ମୁଦ୍ରା, ରୌପ୍ୟ ମୁଦ୍ରା ଏବଂ ଆକର୍ଷଣୀୟ ଉପହାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ସମସ୍ତ ପ୍ରତିଯୋଗୀ ଏବଂ ପ୍ରତିଯୋଗିତାର ସହଯୋଗୀଙ୍କୁ ଧନ୍ୟବାଦ ଜଣାଇବା ସହ ଧରିତ୍ରୀର ପାଠିକାପାଠକଙ୍କ ଅତୁଟ ବନ୍ଧନକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri