ଦୈନିକ ସଂକ୍ରମଣ ଥମୁନି, କେରଳ ପାଲଟିଛି ହଟ୍‌ସ୍ପଟ୍‌…

ନୂଆଦିଲ୍ଲୀ,୧୯।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୩୫୨ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୪୩ ଛୁଇଁଛି। ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୩୦୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୭୭୩ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୮ ହଜାର ୯୪୫ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୬୬ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୩୨ହଜାର ୧୫୮ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୨ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୮୩୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୮୦ କୋଟି ୪୩ ଲକ୍ଷ ୭୨ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୮୫ ଲକ୍ଷ ୪୨ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୫ କୋଟି ୨୩ ଲକ୍ଷ ୪୦ ହଜାର ୧୬୮ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୫୯ ହଜାର ୮୯୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୬ ଲକ୍ଷ ୭୧ ହଜାର ୧୬୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୪ ଲକ୍ଷ ୪୮ ହଜାର ୧୬୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri