Posted inଖେଳ

ଆଉଟ୍‌ କରିବା ପରେ ସଚିନ୍‌ଙ୍କୁ ଅଟୋଗ୍ରାଫ୍‌ ମାଗିଥିଲେ ଏହି ବୋଲର୍‌; ଆଉ ଏଭଳି ଘଟିବ ନାହିଁ ବାର୍ତ୍ତା ଦେଖି..

ନୂଆଦିଲ୍ଲୀ,୨୧।୯: ଭାରତର ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକରଙ୍କ ବହୁତ ପ୍ରଶଂସକ ଅଛନ୍ତି। ସାଧାରଣ ଲୋକଟିଏ ହେଉ ଅଥବା କ୍ରିକେଟଜଗତ ସହ ଜଡ଼ିତ ବ୍ୟକ୍ତି ସଚିନଙ୍କ ଗୋଟିଏ ଅଟୋଗ୍ରାଫ୍‌କୁ ଚାହିଁ ବସିଥାନ୍ତି। ୨୦୦୭ରେ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ସଚିନ୍‌ ଜଣେ ଖେଳାଳିଙ୍କୁ ନିଜର ଏକ ଅଟୋଗ୍ରାଫ ଦେଇଥିଲେ। ଅଟୋଗ୍ରାଫ ଦେବା ସମୟରେ ସଚିନ ଏଭଳି କଥା ଲେଖିଥିଲେ ଯାହା ଉକ୍ତ ଖେଳାଳିଙ୍କୁ ଚକିତ କରିଥିଲା।

ଘଟଣାଟି ଏପରି। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଏକଦୀବସୀୟ ସିରିଜ୍‌ର ତୃତୀୟ ମ୍ୟାଚ୍‌ ଖେଳାଯାଉଥିଲା। ଏଥିରେ ଅଷ୍ଟ୍ରେଲିୟା ଭାରତକୁ ୨୯୧ ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା। ସଚିନ ଗମ୍ଭୀରଙ୍କ ସହ ଇନିଂସ ଆରମ୍ଭ କରିଥିଲେ। ୨୭ ଓଭରରେ ଅଷ୍ଟ୍ରେଲିୟ ବୋଲର୍‌ ବ୍ରାଡ୍‌ ହଗ୍‌ ତାଙ୍କୁ ଆଉଟ୍‌ କରି ଦେଇଥିଲେ। ହେଲେ ମ୍ୟାଚ୍‌ ପରେ ସେ ସଚିନଙ୍କ ଅଟୋଗ୍ରାଫ ନେବା ପାଇଁ ଯାଇଥିଲେ। ସଚିନ ବେଶ୍‌ ଖୁସି ହୋଇ ସରଳତାର ସହ ଅଟୋଗ୍ରାଫ ଦେଇଥିଲେ। ଏଥିରେ ଏକ ବାର୍ତ୍ତା ଥିଲା। ‘ଆଉ କେବେ ଏଭଳି ଘଟିବ ନାହିଁ ହଗ୍‌’ବୋଲି କାଗଜରେ ଲେଖାଯାଇଥିଲା। ପରବର୍ତ୍ତୀ ସମୟରେ ତାହା ହିଁ ହୋଇଥିଲା। ହଗ୍‌ ଆଉ କେବେ ସଚିନଙ୍କୁ ଆଉଟ୍‌ କରିପାରି ନ ଥିଲେ। ମାତ୍ର ଆଜି ବି ସେ ଉକ୍ତ ଅଟୋଗ୍ରାଫକୁ ସାଇତି ରଖିଛନ୍ତି।

ଏକ ସାକ୍ଷାତକାରରେ ହଗ୍‌ ନିଜ ସ୍ମୃତି ବଖାଣିଥିଲେ। ସଚିନଙ୍କ ବିପକ୍ଷରେ ଖେଳିବା ସମ୍ମାନର କଥା। ତାଙ୍କୁ ବୋଲିଂ କରିବା ସୁଖଦାୟକ ଅନୁଭବ। ଉକ୍ତ ମ୍ୟାଚ୍‌ ସହ ଜଡ଼ିତ ଏହି ସ୍ମୃତି ତାଙ୍କୁ ସବୁବେଳେ ମନେ ରହିବ ବୋଲି ହଗ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri