୧୦ ଜିଲାର ଏସ୍‌ଏଚ୍‌ଜିଙ୍କୁ ଦକ୍ଷତା ତାଲିମ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ମିଳିତ ଜାତିସଂଘ ମହିଳା (ୟୁଏନ୍‌ ଓ୍ବିମେନ୍‌)ର ଭାରତ ପ୍ରତିନିଧି ସୁଶାନ ଜେନ୍‌ ଫର୍ଗୁଶନ୍‌ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କ ନେତୃତ୍ୱରେ ଆସିଥିବା ପ୍ରତିନିଧି ଦଳ ମଙ୍ଗଳବାର ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀଙ୍କୁ ସାକ୍ଷାତ କରିଛନ୍ତି। ଏଥିସହ ଓଡ଼ିଶାରେ ମହିଳାଙ୍କ ଦକ୍ଷତାବୃଦ୍ଧି କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ନେଇ ସହଭାଗିତା ନିମନ୍ତେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ବୁଝାମଣାର ଅଂଶ ଭାବରେ ଓଡ଼ିଶାର ୧୦ଟି ଆକାଂକ୍ଷୀ ଜିଲାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ସେମାନଙ୍କ ଉତ୍ପାଦର ଅନ୍‌ଲାଇନ୍‌ ବିକ୍ରୟ ପାଇଁ ଡିଜିଟାଲ ମାର୍କେଟିଂ ସହ ଔଦ୍ୟୋଗିକତା ଉପରେ ତାଲିମ ପ୍ରଦାନ କରାଯିବ। ବାଲେଶ୍ୱର, ବ୍ରହ୍ମପୁର ଏବଂ ରାଉରକେଲାର ସରକାରୀ ଆଇଟିଆଇରେ ମହିଳା ଫୁଟବଲ ଦଳ ଏବଂ କୋରାପୁଟ ଗୋପବନ୍ଧୁ ଆଇଟିଆଇ ଓ ବଲାଙ୍ଗୀର ସରକାରୀ ଆଇଟିଆଇଠାରେ ଭଲିବଲ କୋର୍ଟ ନିମନ୍ତେ ଜାତିସଂଘ ମହିଳା ସହଯୋଗ କରିବ। ଭୁବନେଶ୍ୱରସ୍ଥିତ ୱାଲର୍ଡ ସ୍କିଲ୍‌ ସେଣ୍ଟରରେ ମହିଳାଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ନେଇ ନୀତି, ପାଠ୍ୟକ୍ରମ ଏବଂ ନିଯୁକ୍ତି ନିମନ୍ତେ କାର୍ଯ୍ୟ ଆରମ୍ଭ ହେବ। ମୟୂରଭଞ୍ଜ, ରାୟଗଡ଼ା ଓ ଢେଙ୍କାନାଳ ଜିଲାର ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକଗୁଡ଼ିକରେ ସେକେଣ୍ଡ ଚାନ୍ସ ଏଜୁକେଶନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରାଯାଇଥିବା ବାଗ୍‌ଚୀ କହିଛନ୍ତି। ପରେ ଏହି ପ୍ରତିନିଧି ଦଳ ମଞ୍ଚେଶ୍ୱରସ୍ଥିତ ୱାର୍ଲଡ ସ୍କିଲ୍‌ ସେଣ୍ଟର ପରିଦର୍ଶନ କରି ଓଏସ୍‌ଡିଏ ସିଇଓ ତଥା ବୈଷୟିକ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି.ଙ୍କ ସହ ସାକ୍ଷାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜାତିସଂଘ ମହିଳା ଏସ୍‌ସିଇର ରାଷ୍ଟ୍ରୀୟ କାର୍ଯ୍ୟକ୍ରମ ପ୍ରବନ୍ଧକ କାନ୍ତା ସିଂ, ବୈଷୟିକ ପରାମର୍ଶଦାତା (ଜେଣ୍ଡର) ସ୍ମିତା ଜଗଦେବ ଏବଂ ଅତିରିକ୍ତ ସଚିବ ପିନାକୀ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri