ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଓଡ଼ିଶା ସୀମାବର୍ତ୍ତୀ ଜିଲା କୋରାପୁଟ ଏବଂ ଗଜପତିର ବିଭିନ୍ନ ଗାଁକୁ ନେଇ ସୃଷ୍ଟି ହୋଇଛି ଅନେକ ବିବାଦ। ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କୁ ଚିଠି ଲେଖିଛନ୍ତି। ଏହାର ସମାଧାନ ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ ଆବଶ୍ୟକ ବୋଲି ସେ ଅନୁରୋଧ କରିଛନ୍ତି।

ଓଡ଼ିଶାବାସୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଆନ୍ଧ୍ର ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା, ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ କମିଶନରଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବା ସହ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ୪ଟି ପ୍ରସ୍ତାବ ଦେଇଛନ୍ତି। ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି, କୋରାପୁଟ ପଟାଙ୍ଗୀ ବ୍ଲକ କୋଟିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ ୨୦ଟି ଗାଁରୁ ଆରମ୍ଭ ହୋଇଥିବା ବିବାଦ ଏବେ ସୀମାବର୍ତ୍ତୀ ଅଞ୍ଚଳ ଗଜପତି ଜିଲାକୁ ମଧ୍ୟ ବ୍ୟାପିଛି। ଏହା ଦ୍ୱାରା ଆନ୍ତଃରାଜ୍ୟ ସୀମା ବିବାଦ ସୃଷ୍ଟି ହେଉଛି, ଯାହା ଚିନ୍ତାଜନକ। ଏହି ସୀମା ବିବାଦର ସମାଧାନ କରିବା ସମୟ ସାପେକ୍ଷ ଏବଂ ଏହାକୁ ସମାଧାନ କରିବା ପାଇଁ ଉଚ୍ଚ ସ୍ତରରେ ପରିପକ୍ୱ ରାଜନୈତିକ ବ୍ୟକ୍ତିବିଶେଷଙ୍କ ହସ୍ତକ୍ଷେପ, ବୁଝାମଣା ତଥା ସହଯୋଗର ଆବଶ୍ୟକତା ରହିଛି। ଏହି ପୃଷ୍ଠଭୂମିରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଓଡ଼ିଶାର ସ୍ବାର୍ଥ ନିମନ୍ତେ ଦ୍ୱିପାକ୍ଷିକ ଆଲୋଚନା ପାଇଁ ଏହି ଅନୁକୂଳ ବାତାବରଣ ସୃଷ୍ଟି କରିବାକୁ ୪ଟି ପ୍ରସ୍ତାବ ଦେଇଛନ୍ତି। ପ୍ରଥମତଃ ବିବାଦୀୟ ଗ୍ରାମଗୁଡ଼ିକରୁ ସଶସ୍ତ୍ର ସୁରକ୍ଷା ବଳକୁ ଅପସାରଣ କରାଯାଉ। ସ୍ଥାନୀୟ ଜନପ୍ରତିନିଧି ଏବଂ ସରକାରୀ ଅଧିକାରୀଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲା ପ୍ରତ୍ୟାହାର, ଦ୍ୱିତୀୟତଃ ଗ୍ରାମାଞ୍ଚଳର ଭିତ୍ତିିଭୂମି, ସ୍ବାସ୍ଥ୍ୟ, ଶିକ୍ଷା ଏବଂ ମୌଳିକ ସୁବିଧାକୁ ବାଦ୍‌ ଦେଇ ନୂତନ ଢାଞ୍ଚାଗତ ନିର୍ମାଣକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଉ। ତୃତୀୟତଃ ଏହି ବିବାଦରେ ଆଗାମୀ ଦିନର ରୋଡ୍‌ମ୍ୟାପ ପାଇଁ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା କରାଯାଉ। ଶେଷଟି ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ କମିଶନରଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri