Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ଶ୍ରୀଚନ୍ଦ୍ର ଯୋଗୁ ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ। ଶତ୍ରୁତାର ସମାଧାନ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ପାରିବାରିକ ସ୍ତରରେ ଖୁସି ହୋଇପାରନ୍ତି।
ବୃଷ
ବୃଷ
ବ୍ୟୟଭାବସ୍ଥ ଚନ୍ଦ୍ର ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ। ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରିପାରନ୍ତି। ଆମତ୍ୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍‌ଧ ହେବେ। ଅଫିସ୍‌ରେ ବ୍ୟସ୍ତ ବହୁଳ କର୍ମ ପାଇଁ ଅନୁଶୋଚନା କରିପାରନ୍ତି।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସାଂଗଠନିକ ସ୍ତରରେ ନେତୃତ୍ୱ ନେଲେ ପ୍ରଶଂସିତ ହେବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ଚତୁର୍ପାର୍ଶ୍ୱରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ। ପୁଷ୍ୟା ନକ୍ଷତ୍ରର ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ବ୍ୟବସାୟରେ ଲାଭକ୍ଷତିର ହିସାବ ନ କରି ଅଧିକାଂଶ କ୍ଷେତ୍ରରେ ମନକୁ ବୁଝାଇ ରହିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ଦ୍ୱାରା ଆହୂତ ହୋଇ ଧର୍ମକାର୍ଯ୍ୟ କରିବା ସକାଶେ ମନ ବଳାଇପାରନ୍ତି।
ସି˚ହ
ସି˚ହ
ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସଭାସମିତିରେ ତଥା ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ରବି ଓ ମଙ୍ଗଳ ସଂଯୋଗରୁ ପ୍ରବାସରେ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଏକାନ୍ତତାବୋଧ ହ୍ରାସ ପାଇବ। ସ୍ବଗୃହୀ ଶୁକ୍ର ପ୍ରଭାବରୁ କର୍ମକ୍ଷେତ୍ରରେ ସରକାରୀ ସ୍ତରରୁ ସମ୍ମାନିତ ହେବେ।
କନ୍ୟା
ଆଜି ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ବୃହସ୍ପତି ଭୂମିପୁତ୍ର ନକ୍ଷତ୍ରସ୍ଥ ହେତୁ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ। ପରିବାରରେ ଖର୍ଚ୍ଚ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ହେବେ। ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ।
ତୁଳା
ତୁଳା
ଧନାଧିପ ସହ କର୍ମାଧିପଙ୍କ ଷଡାଷ୍ଟକସ୍ଥିତି ହେତୁ ଅର୍ଥସଂକଟ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ମାନସିକ ଦୁଃଖ ଦେବ। ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ସରକାରୀସ୍ତରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ଅଶ୍ୱିନୀ ନକ୍ଷତ୍ରସ୍ଥ କେତୁ ଶାରୀରିକ ଓ ମାନସିକ ସୁସ୍ଥତାକୁ ବ୍ୟାହତ କରିପାରେ। ବନ୍ଧୁଙ୍କୁ ଆପଣେଇ ନେଇ ଲକ୍ଷ୍ୟ ପୂରଣ କରିପାରିବେ । ଆଜିର ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ, ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ୍‌ ବଢ଼ିପାରେ।
ଧନୁ
ଧନୁ
ବନ୍ଧୁଙ୍କୁ ମନାଇ କାମ ହାସଲ କରିବେ। ବିବାଦୀୟ ଘଟଣା ସକାଶେ ଯେଉଁ ଆଶଙ୍କା କରୁଛନ୍ତି ସେମିତି କିଛି ହେବ ନାହିଁ। ଆଧ୍ୟାମତ୍ିକ ଗ୍ରହ ଶନି ଯୁକ୍ତ ଗୁରୁଙ୍କ ସମ୍ବନ୍ଧ ହେତୁ ପରିଜନଙ୍କ ସହ ଦେବ ଦର୍ଶନ ସମ୍ଭାବନା ରହିଛି। ଆର୍ଥିକ ଅଭିବୃଦ୍ଧି ସହିତ ପାରିବାରିକ ସୌଖ୍ୟ ଜୀବନଚର୍ଯ୍ୟାକୁ ରସାଣିତ କରିବାରେ ସହାୟକ ହେବ।
ମକର
ମକର
ବିବାଦୀୟ ପରିସ୍ଥିତି ଲାଗିରହିଥିବା କାରଣରୁ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଏହି କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ। ଅଷ୍ଟମାଧିପ ଭାଗ୍ୟସ୍ଥ ହେତୁ ଉଦ୍ୟମ ସଫଳତା କଷ୍ଟକର ହୋଇପାରେ। ଈର୍ଷାପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
ବୁଧ ସହ ଶୁକ୍ର ସଂଯୋଗରୁ ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସାମାନ୍ୟ ସହାୟକ ହୋଇପାରେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଏବଂ ବନ୍ଧୁଙ୍କ ସହ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ। ଆଜି ଶିଳ୍ପ, ବାଣିଜ୍ୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। କର୍ମକ୍ଷେତ୍ରରେ କାମ ହାସଲ କରିବେ।
ମୀନମୀନ
କର୍ମକ୍ଷେତ୍ରରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ। ନିଜର ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଆର୍ଥିକ ସ୍ଥିତିର ଉନ୍ନତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri