ଓଡ଼ିଶାରୁ ଦୁଇ ଜଣଙ୍କୁ ଜାତୀୟ ସେବା ଯୋଜନା ପୁରସ୍କାର

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨୦୧୯-୨୦ ପାଇଁ ଶୁକ୍ରବାର ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ପୁରସ୍କାର ପ୍ରଦାନ କରିଛନ୍ତି। ଏହା ରାଷ୍ଟ୍ରପତି ଭବନରେ ଭର୍ଚୁଆଲରେ ଆୟୋଜିତ ହୋଇଥିଲା। ଏହି ସମାରୋହରେ ବିଶ୍ୱବିଦ୍ୟାଳୟ, ଯୁକ୍ତ୨ ପରିଷଦ, ଏନ୍‌ଏସ୍‌ଏସ୍‌ ୟୁନିଟ୍‌, ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ଅଧିକାରୀ ଓ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ସମେତ ବିଭିନ୍ନ ବର୍ଗର ୪୨ଜଣଙ୍କୁ ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରେ ଦୁଇଜଣ ଓଡ଼ିଆ ରହିଛନ୍ତି। ସ୍ବେଚ୍ଛାସେବୀ ବର୍ଗରେ ଓଡ଼ିଶାର ବିକ୍ରମ ବିଷୋଇ ଓ ଜନ୍ମେଜୟ ଗିରି ଏହି ପୁରସ୍କାର ଗ୍ରହଣ କରିଛନ୍ତି।
ବିକ୍ରମ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମିଡିଆ ଷ୍ଟଡିଜ୍‌ର ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ। ସେ ଚିଲକା ହ୍ରଦ ନିକଟରେ ସ୍ବାସ୍ଥ୍ୟ, ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ପାଇଁ ସାଇକେଲ ରାଲି ଓ ଷ୍ଟ୍ରିଟ୍‌ ପ୍ଲେ ମାଧ୍ୟମରେ ସଚେତନତା, ସମାନତା ଓ ଲିଙ୍ଗଭେଦ ସମ୍ବେଦନଶୀଳତାର ମୂଲ୍ୟବୋଧ ପାଇଁ ବାଲୁଗାଁରେ ଆଇନଗତ ସଚେତନତା, ମତ୍ସ୍ୟଜୀବୀ ପରିବାର ମଧ୍ୟରେ ଶିକ୍ଷାର ପ୍ରୋତ୍ସାହନ ତଥା ସ୍କୁଲ ଡ୍ରପ୍‌ଆଉଟ୍‌ ପିଲାଙ୍କ ଆଡ୍‌ମିଶନ ପାଇଁ କାର୍ଯ୍ୟ କରିଛନ୍ତି। ସେହିଭଳି ଜନ୍ମେଜୟ ମୟୂରଭଞ୍ଜ ଜିଲା ସୀମାନ୍ତ ମହାବିଦ୍ୟାଳୟର ଜଣେ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ। ଏନ୍‌ଏସ୍‌ଏସ୍‌ ୟୁନିଟ୍‌ ସହାୟତାରେ ଗାଁର ମୌଳିକ ସୁବିଧା ଯଥା ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ସହ ବୃକ୍ଷରୋପଣରେ ଉଲ୍ଲେଖନୀୟ ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

ପାଣି ତଳେ ମହଲ: ୫୦୦ ବର୍ଷ ପରେ ଆଜିବି ରହସ୍ୟମୟ ଏହି ଐତିହ୍ୟ ସ୍ଥାନ

ମଧ୍ୟପ୍ରଦେଶର ସୁନ୍ଦର ଏବଂ ଐତିହାସିକ ସହର ମାଣ୍ଡୁରେ ଏକ ଐତିହ୍ୟ ସ୍ଥାନ ଅଛି, ଯାହା ପ୍ରଥମ ନଜରରେ ଏକ ପୋଖରୀ ପରି ଦେଖାଯାଏ। କିନ୍ତୁ ପ୍ରକୃତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri