Posted inଜାତୀୟ

ଅସ୍ତ୍ରବିରତି ବନ୍ଦ ହେଲେ ବି ଅନୁପ୍ରବେଶ ଜାରି…

ଶ୍ରୀନଗର,୨୬।୯: ଭାରତ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଅନ୍ୟ ଉପାୟରେ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଅସ୍ତ୍ରବିରତି ବନ୍ଦ ଥିଲେ ମଧ୍ୟ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ ଅନୁପ୍ରବେଶ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ରାମପୁର ସେକ୍ଟରରେ ପାକିସ୍ତାନ ପକ୍ଷରୁ ଆସିଥିବା ତିନି ଜଣ ଆତଙ୍କବାଦୀଙ୍କୁ ଭାରତୀୟ ସେନା ପକ୍ଷରୁ ଏନ୍‌କାଉଣ୍ଟର କରାଯାଇଥିଲା।

ନିହତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ ହୋଇଥିଲା। ଶନିବାର ନିୟନ୍ତ୍ରଣ ରେଖାର ଉରି ସେକ୍ଟରରେ ଭାରତୀୟ ସେନା ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ପ୍ରାୟ ତିନି ଘଣ୍ଟା ଧରି ଚାଲିଥିବା ଗୁଳିରେ ଜଣେ ଭାରତୀୟ ସେନା ଯବାନ ଆହତ ହୋଇଥିଲେ। ଯବାନଙ୍କ କାନ୍ଧରେ ଗୁଳି ବାଜିଛି। ଯବାନଙ୍କ ଅବସ୍ଥା ସ୍ଥିର ଏବଂ ବିପଦରୁ ବାହାରି ଯାଇଥିବା ଜଣାଯାଇଛି।

ଉରିର ଏହି ଅଞ୍ଚଳରେ ସେପ୍ଟେମ୍ବର ୧୮ରେ ୬ ଜଣ ଆତଙ୍କବାଦୀଙ୍କ ଅନୁପ୍ରବେଶ ଖବର ଆସିଥିଲା। ପ୍ରାୟ ତିନି ଦିନ ଧରି ଚାଲିଥିବା କମ୍ବିଂ ଅପରେଶନ ସତ୍ତ୍ୱେ ଆତଙ୍କବାଦୀଙ୍କ କୌଣସି ପତ୍ତା ମିଳିପାରି ନାହିଁ।

ଅନୁପ୍ରବେଶ ଖବର ପ୍ରଚାରିତ ହେବାପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉରିରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଥିଲା। ଯାହା ଦ୍ୱାରା ଆତଙ୍କବାଦୀମାନେ ସେମାନଙ୍କ ହ୍ୟାଣ୍ଡେଲର୍ଙ୍କ ସହ ଯୋଗାଯୋଗ କରିବା ସଫଳ ହୋଇ ପାରିବେ ନାହିଁ। ସେହିପରି ସେମାନେ ଗୁଗୁଲ-ମ୍ୟାପ ମଧ୍ୟ ବ୍ୟବହାର କରିପାରିବେ ନାହିଁ। ଫଳରେ କାଶ୍ମୀର ଉପତ୍ୟକାରେ ପ୍ରବେଶ କରିବା ସେମାନଙ୍କ ପାଇଁ କଷ୍ଟକର ହେବ।

ପାକିସ୍ତାନ ଅସ୍ତ୍ରବିରତିର ନାଟକ କରୁଥିବାବେଳେ ଅପରପକ୍ଷରେ ଅନୁପ୍ରବେଶକୁ ପ୍ରୋତ୍ସାହିତ କରୁଛି। ଏହା ଦ୍ୱାରା ସୀମାରେ ଉତ୍ତେଜନା ଥମିବା ବଦଳରେ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri