Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ
ଆଜିର ରାହୁ ସହ ଚନ୍ଦ୍ରଙ୍କ ସଂଯୋଗ ହେତୁ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ଧନହାନି କିମ୍ବା ଯୁକ୍ତିତର୍କରୁ କଳହ ଆଶଙ୍କା ରହିଛି। ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। କଳା, ସାହିତ୍ୟ, ସଂସ୍କୃତି ଓ ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାପ୍ତି ଘଟାଇବେ।
ବୃଷ
ବୃଷ
ଶୁକ୍ର ଓ ବୁଧ ପ୍ରଭାବରେ ଭ୍ରମଣ ସୁଖ ସାଙ୍ଗକୁ ଦ୍ରବ୍ୟଲାଭ ଯୋଗ ରହିଛି। ପଡ଼ୋଶୀ ସହଯୋଗର ହାତ ବଢ଼ାଇବା ଫଳରେ କାମଟି ସୁବିଧାରେ ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ମିଥୁନ
ମିଥୁନ
କେନ୍ଦ୍ରାଧିପ କୋଣଭାବସ୍ଥ ଯୋଗୁ ଆଶା ଓ ଅଭିଳାଷ ଅଚିରେ ପୂରଣ ହେବ। ଭାବପ୍ରବଣତାକୁ ନିୟନ୍ତ୍ରଣରେ ନ ରଖିପାରିଲେ ଓଲଟା ଫଳ ପାଇବେ। କର୍ମାରମ୍ଭ ପାଇଁ ପରିବାରରୁ ସହଯୋଗ ପାଇବେ ଓ କାମଟି ସୁବିଧାରେ ସମ୍ପନ୍ନ ହେବ। ସଙ୍ଗଠନ,ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭକରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ଏକାଦଶସ୍ଥ ରାଶ୍ୟାଧିପତି ପାପଯୁକ୍ତ ହେତୁ ସମ୍ପର୍କରେ ତିକ୍ତତା ସୃଷ୍ଟିହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନ ଚଳିଲେ ଅଶାନ୍ତିର ବାତାବରଣ ସୃଷ୍ଟିହେବ। ଆକସ୍ମିକ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଆତ୍ମୋବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବା ଆଶା କ୍ରମଶଃ ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ରବି ଓ ମଙ୍ଗଳ ଭାଗ୍ୟସ୍ଥାନକୁ ଦେଖୁଥିବାରୁ ଚେଷ୍ଟା ଅବ୍ୟାହତ ରଖିଲେ ଆପଣଙ୍କ ଅଭିଳାଷ ପୂରଣ ହୋଇପାରିବ। ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ କୌଣସି ନୂତନ କାମ କରିପାରନ୍ତି। କ୍ରୀଡ଼ା,କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସନ୍ତୋଷଜନକ ଫଳ ପାଇବେ।
କନ୍ୟା
ଶୁକ୍ର ଓ ବୁଧ ଧନ ସ୍ଥାନରେ ରହିଥିବାରୁ ଆର୍ଥିକ ଅଭିବୃଦ୍ଧି ସହ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ଆଜିର ଯାତ୍ରାରେ ଅଭିଳଷିତ କାମ ହୋଇଯିବ। ଯୋଜନା ବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ, ସମସ୍ୟା ସୃଷ୍ଟି କରିପାରେ ।
ତୁଳା
ତୁଳା
ଚତୁର୍ଥ କେନ୍ଦ୍ରରେ ଗୁରୁଶୈାରୀ ଯୋଗ ସଂଘଟିତ ହୋଇଥିବାରୁ ପାରିବାରିକ, ସାମାଜିକ ସମ୍ମାନ ସହ କର୍ମକ୍ଷେତ୍ରରେ ପ୍ରତିଷ୍ଠାର୍ଜନ କରିବେ। ଗୃହ ଭୂମି ଲାଭ ଖୁସି ଆଣିଦେବ। ବନ୍ଧୁଙ୍କୁ ଅନୁରୋଧକରି କାମ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ। ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡ଼ିପାରେ ।
ବିଛା
ବିଛା
ରବିଙ୍କ ଦୁର୍ବଳତା କାରଣରୁ ଆପଣଙ୍କ କାର୍ଯ୍ୟଶୈଳୀର ଜଟିଳତା ଅସଫଳତାର ସୂଚକ ହେବ। ବନ୍ଧୁଙ୍କଠାରୁ ଅଧିକ ପାଇବାକୁ ବ୍ୟାକୁଳ ହେବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କଲେ ସଫଳତା ପାଇବେ। ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ଏକାକୀ ରହିବାର ମନୋବୃତ୍ତି ଅନ୍ତର୍ଦ୍ୱନ୍ଦ୍ୱର କାରଣ ହୋଇପାରେ। ଆର୍ଥିକ ଦିଗରୁ ସମସ୍ୟା ଲାଗିରହିଲେ ହେଁ ସମାଧାନର ପନ୍ଥା ଖୋଜି ପାଇବେ। ସହକର୍ମୀଙ୍କ ସହ ମିଷ୍ଟାଳାପରେ ସମୟ କଟାଇବାର ସୁଯୋଗ ମିଳିପାରେ। ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ,ଏଣୁ ଗାଡ଼ିକୁ ପରଖି ନେବା ଭଲ ହେବ।
ମକର
ମକର
ରାହୁଯୁକ୍ତ ଚନ୍ଦ୍ର ପ୍ରଭାବରୁ ହଠାତ୍‌ କୌଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀ ମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ।
କୁମ୍ଭ
କୁମ୍ଭ
ରାଶ୍ୟାଧିପଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ବନ୍ଧୁରେ କଳହ, ଧନହାନି ଓ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡର ସୂଚନା ରହିଛି। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ଲାଭଭାବରେ ରାଶ୍ୟାଧିପ ହେତୁ ପରିସ୍ଥିତିକୁ ଯେତେ ଜଟିଳ ମଣୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶକରି ସମାଲୋଚିତ ହେବେ। ପରିସ୍ଥିତିବଶତଃ ଧାରକରଜ କରି ଆବଶ୍ୟକତା ଚଳାଇନେବାକୁ ବାଧ୍ୟ ହେବେ । ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ ନତୁବା ସମସ୍ୟା ଉପୁଜିପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri