ଦେଶକୁ ଏସ୍‌ବିଆଇ ଭଳି ୪-୫ ବ୍ୟାଙ୍କ ଆବଶ୍ୟକ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ଭାରତକୁ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭଳି ୪ରୁ ୫ ବୃହତ ବ୍ୟାଙ୍କର ଆବଶ୍ୟକତା ରହିଛି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ ସୁଧାର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଦିଗରେ ଏହା ଯୋଗଦାନ ରଖିବ ବୋଲି ସେ କହିଛନ୍ତି।
ମୁମ୍ବାଇଠାରେ ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନର ୭୪ତମ ବାର୍ଷିକ ସାଧାରଣ ବୈଠକରେ ଉଦବୋଧନ ଦେଇ ଅର୍ଥମନ୍ତ୍ରୀ କହିଛନ୍ତି, ଶିଳ୍ପ କ୍ଷେତ୍ରର ଚାହିଦା ପୂରଣ କରିବା ଲାଗି ବ୍ୟାଙ୍କିଙ୍ଗ୍‌ କାରବାରର ପରିସରକୁ ବଢ଼ାଇବା ଆବଶ୍ୟକ। ଦେଶର ପ୍ରତି ଅର୍ଥନୈତିକ ସେଣ୍ଟରଗୁଡିକରେ ବ୍ୟାଙ୍କର ଉପସ୍ଥିତି ତଥା ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ସୁବିଧା ଯୋଗାଣ ନେଇ ସେ ଆହ୍ବାନ ଦେଇଛନ୍ତି। ଭବିଷ୍ୟତର ଆବଶ୍ୟକତାକୁ ନଜରରେ ରଖି ଡିଜିଟାଲ ଟେକ୍ନୋଲୋଜି ଉପରେ ଧ୍ୟାନ ଦେବାକୁ ସେ ମତ ରଖିଛନ୍ତି। ଦେଶର ୭.୫ ଲକ୍ଷ ଗ୍ରାମ ପଞ୍ଚାୟରେ ଫାଇବାର ଅପ୍ଟିକାଲ ନେଟଓ୍ବର୍କ ରହିଛି। ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ସ୍ଥାନଗୁଡିକ ଲାଗି ଏହା ବ୍ୟବହାର କରାଯାଇପାରିବ। ୨୦୩୦ ସୁଦ୍ଧା ୨ ଲକ୍ଷ କୋଟି ଡଲାର ରପ୍ତାନି ଲକ୍ଷ୍ୟ ଦିଗରେ ବ୍ୟାଙ୍କଗୁଡିକ ଯୋଗଦାନ ରଖିବାକୁ ହେବ। ସରକାରୀ ସ୍ତରରେ ଡେଭଲପମେଣ୍ଟ ଫାଇନାନ୍ସିଆଲ ଇନଷ୍ଟିଚ୍ୟୁଶନ ଶୀଘ୍ର ଆସିବ। ବର୍ତ୍ତମାନ ସ୍ଥିତିରେ ଅର୍ଥ ବ୍ୟବସ୍ଥାର ମେରୁଦଣ୍ଡ ଭାବେ ବ୍ୟାଙ୍କ ଗୁଡିକ କାର୍ଯ୍ୟ କରିପାରିବେ ବୋଲି ଅର୍ଥମନ୍ତ୍ରୀ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri