ବାତ୍ୟା ଭୟ ଟଳିଲା

ଭୁବନେଶ୍ୱର,୨୭।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ଫଳରେ ଓଡ଼ିଶା ପ୍ରତି ଯେଉଁ ବାତ୍ୟା ବିପଦ ରହିଥିଲା ତାହା ଟଳିଯାଇଛି। ରାତି ପ୍ରାୟ ସାଢ଼େ ୯ଟାରେ ବାତ୍ୟା ‘ଗୁଲାବ’ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରି ଶ୍ରୀକାକୁଲମ୍‌ର ସନ୍ଥଗୁଡ଼ାଠାରେ ସ୍ଥଳଭାଗ ଛୁଇଁଛି। ତେବେ ଏହା ପ୍ରଭାବରେ ସୋମବାର ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ୭ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ।
ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ୭୫ରୁ ୮୫ କି.ମି. ବେଗରେ ପବନ ବହିବ ଓ ସର୍ବାଧିକ ୯୫ କି.ମି. ରହିବା ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା। ରବିବାର ସନ୍ଧ୍ୟା ୬ଟାରେ ‘ଗୁଲାବ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହେବା ପରେ ବି ବର୍ଷା, ପବନ ସେପରି ଅଧିକ ନ ଥିଲା। ଅଧିକ ପ୍ରଭାବିତ ହେବାକୁ ଥିବା ଗଞ୍ଜାମ ଓ ଗଜପତି ଜିଲାରେ ମଧ୍ୟ ସେହି ପରିମାଣରେ ବର୍ଷା ହୋଇ ନ ଥିଲା। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଥିଲେ। ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ରବିବାର ସନ୍ଧ୍ୟା ସୁଦ୍ଧା ୧୬ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଏମାନଙ୍କ ମଧ୍ୟରେ ୬୦୦ ଗର୍ଭବତୀ, ବୃଦ୍ଧ ଓ ଦିବ୍ୟାଙ୍ଗ ଥିଲେ। ସେହିପରି ଗୋପାଳପୁର ବନ୍ଦର ପାଇଁ ୭ ନଂ. ବିପଦ ସଙ୍କେତ, ପୁରୀ ଲାଗି ୬ ଓ ପାରାଦୀପ ଏବଂ ଧାମରା ବନ୍ଦରଗୁଡ଼ିକ ପାଇଁ ୩ ନଂ. ବିପଦ ସଙ୍କେତ ଜାରି କରାଯାଇଥିଲା।
ପୂର୍ବ ଆକଳନ ଅନୁସାରେ, ରବିବାର ସନ୍ଧ୍ୟା ୬ଟାରୁ ‘ଗୁଲାବ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଥିଲା। ରାତି ୯ଟାରୁ ସାଢ଼େ ୯ଟା ମଧ୍ୟରେ ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍‌ଠାରୁ ୨୫ କିମି ଦୂର ଟେକାଲି ଓ ମୋରିଗୁଡ଼ା ମଝିରେ ଲ୍ୟାଣ୍ଡଫଲ୍‌ କରିଥିବା ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସୂଚନା ଦେଇଥିଲେ। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହେବା ପରେ ଗଜପତି ଜିଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ଏହାସହ ୩୦ରୁ ୪୦ କି.ମି. ବେଗରେ ପବନ ବହିଥିଲା। ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ସମେତ ଆଖପାଖ ଜିଲାରେ ସାମାନ୍ୟ ବର୍ଷା ଲାଗି ରହିଥିଲା। ସେହିପରି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ, ବାତ୍ୟାର କ୍ଲାଉଡ୍‌ ବ୍ୟାଣ୍ଡ୍‌ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ଓଡ଼ିଶାର ଦକ୍ଷିଣ ଉପକୂଳକୁ ଛୁଇଁବାବେଳେ ପୁରୀରେ ଘଣ୍ଟା ପ୍ରତି ୩୧ କି.ମି. ଓ ଗୋପାଳପୁରରେ ଘଣ୍ଟା ପ୍ରତି ୨୬ କି.ମି. ବେଗରେ ପବନ ବହୁଥିଲା। ତେବେ ଲ୍ୟାଣ୍ଡ୍‌ଫଲ୍‌ ସମୟରେ ପବନର ବେଗ ଅଧିକ ରହିଥିଲା। ତେବେ ସୋମବାର ପୂର୍ବାହ୍ନ ସୁଦ୍ଧା ବାତ୍ୟା ‘ଗୁଲାବ’ ଓଡ଼ିଶା ଅତିକ୍ରମ କରିବ। ତେଣୁ ସୋମବାର ମଧ୍ୟାହ୍ନ ଯାଏ ସତର୍କ ରହିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।
ସେପଟେ ବର୍ଷା ଯୋଗୁ ରବିବାର ଅପରାହ୍ନରେ ଗଜପତି ଜିଲାର ଗୁମ୍ମା ବ୍ଲକ୍‌ର ନାମନଗଡ଼ରୁ ଅଜୟଗଡ଼ ମଧ୍ୟରେ ମାଟି ଅତଡ଼ା ଧସି ରାସ୍ତା ଅବରୋଧ ହୋଇଥିଲା। ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଜିଲା ପ୍ରଶାସନ ଓ ରେସ୍କ୍ୟୁ ଟିମ୍‌ ପହଞ୍ଚତ୍ ରାସ୍ତାକୁ ସିଲ୍‌ କରିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ରାଇପାଙ୍କା ଅଞ୍ଚଳର ପାହାଡ଼ ତଳେ ବସବାସ କରୁଥିବା ଗ୍ରାମବାସୀଙ୍କୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ନିଆଯାଇଥିଲା। ପ୍ରଶାସନର ନିର୍ଦ୍ଦେଶକ୍ରମେ ରାଇପାଙ୍କା ପଞ୍ଚାୟତର ରାଇପାଙ୍କା ଗାଁ ସମେତ କଡ଼କଡ଼ମା, ମାନ୍ଦ୍ରାବାଜୁ ଗାଁର ପ୍ରାୟ ୫୦ ପରିବାରକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri