କୃଷି ଆଇନକୁ ବିରୋଧ: କଂଗ୍ରେସର ରାଜପଥ ଅବରୋଧ

ପାଟଣା,୨୭।୯(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ସାରା ଦେଶରେ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଥିଲେ। ତେବେ ଏହାକୁ କଂଗ୍ରେସ, ବାମଦଳ ସହ ବିଭିନ୍ନ କୃଷକ ସଂଗଠନ ସମର୍ଥନ କରିଛନ୍ତି। କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ନିକଟରେ ପାଟଣା ବ୍ଲକ କଂଗ୍ରେସ ସଭାପତି ଶତ୍ରୁଘ୍ନ ସିଂହଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଜାତୀୟ ରାଜପଥକୁ ଅବରୋଧ କରି ଦୁର୍ନୀତିଗ୍ରସ୍ତ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିବା ସହ ତୁରନ୍ତ କୃଷି ଆଇନ ପ୍ରତ୍ୟାହାର, ତୈଳ ଓ ଇନ୍ଧନ ଦର କମାଇବା ବେକାରୀ ସମସ୍ୟା ଦୂର ଆଦି ଦାବିରେ ଜାତୀୟ ରାଜପଥକୁ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହଛି। ଏହି ବିକ୍ଷୋଭରେ ଜିଲା କଂଗ୍ରେସ ଉପସଭାପତି କୈଳାସ ଚନ୍ଦ୍ର ବାରିକ, ଗୋବର୍ଦ୍ଧନ ସିଂ, ପ୍ରଫୁଲ ଦାସ, ଈଶ୍ୱର ଚନ୍ଦ୍ର ଦେହୁରୀ,ସୁବଳ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri