Posted inଖେଳ

ସ୍ତ୍ରୀ ଅନୁଷ୍କାଙ୍କୁ ସ୍ନେହରେ ଏହି ନାମରେ ଡାକନ୍ତି କୋହଲି; ଜାଣନ୍ତି କି ତାଙ୍କର ଏସବୁ ସିକ୍ରେଟ୍‌…

ନୂଆଦିଲ୍ଲୀ,୨୮।୯: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ହେଉଛନ୍ତି ବିରାଟ କୋହଲି। ବ୍ୟକ୍ତିଗତ ଜୀବନ ସହ ଖେଳ ଜୀବନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବିରାଟ ନିଜର ପ୍ରେମ ସମ୍ପର୍କକୁ ନେଇ ପ୍ରାୟ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପରେ ଏହା କିଛିଟା କମିଥିଲେ ହେଁ ଆଇପିଏଲ୍‌ ମଇଦାନରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଉପସ୍ଥିତି ଖବର ଶିରୋନାମା ପାଲଟିଥାଏ। ଏବେ ପିତା ହୋଇଛନ୍ତି ବିରାଟ। ତେବେ ଆସନ୍ତୁ ଜାଣିବା ବିରାଟ-ଅନୁଷ୍କାଙ୍କ ସମ୍ପର୍କକୁ ନେଇ କିଛିଟା ଅଜଣା କଥା।

– ଓକିଲ ପ୍ରେମ କୋହଲୀଙ୍କ ପୁଅ ବିରାଟ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଦୀର୍ଘ ଦିନ ଧରି ସେ ଅନୁଷ୍କାଙ୍କୁ ଡେଟ୍‌ କରିବା ପରେ ୨୦୧୭ ମସିହା ଡିସେମ୍ବର ୧୧ ତାରିଖରେ ତାଙ୍କୁ ବିବାହ କରିଥିଲେ।

-ଇଟାଲୀରେ ବେଶ୍‌ ଗୋପନୀୟ ଭାବେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଉଭୟ ପରସ୍ପରକୁ ବେଶ୍‌ ଭଲପାଉଥିବା ବେଳେ କାମକୁ ନେଇ ଜଣେ ଅନ୍ୟଜଣଙ୍କୁ ପ୍ରୋତ୍ସାହିତ କରିଥାନ୍ତି।

-ବିରାଟ ସ୍ନେହରେ ଅନୁଷ୍କାଙ୍କୁ ନୁଷ୍କି ବୋଲି ଡାକିଥାନ୍ତି।

-୨୦୧୩ରେ ବିରାଟ ଏବଂ ଅନୁଷ୍କା ଏକ ବିଜ୍ଞାପନରେ ପରସ୍ପରକୁ ଭେଟିଥିଲେ। ଏହା ପରେ ଉଭୟ ବନ୍ଧୁ ଏବଂ ପରେ ତାହା ବିବାହ ପର୍ଯ୍ୟନ୍ତ ଯାଇଥିଲା।

-ପ୍ରେମରେ ଥିବା ବେଳେ ବିରାଟ ଏକଦା ଦକ୍ଷିଣ ଆଫ୍ରିକା ଗସ୍ତ କରି ଅନୁଷ୍କାଙ୍କ ଘରେ ପହଞ୍ଚି ଯାଇଥିଲେ। ସେଭଳି ଅନୁଷ୍କା ମଧ୍ୟ ୨୦୧୪ରେ ନ୍ୟୁଜିଲାଣ୍ଡରେ ପହଞ୍ଚିଯାଇଥିଲେ। ଏହାପରେ ବିରାଟଙ୍କ ସହ ତାଙ୍କ ସମ୍ପର୍କ ଥିବା ସ୍ପଷ୍ଟ ହୋଇଯାଇଥିଲା।

-ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ବିରାଟ ଶତକ କରିଥିଲେ। ଏହା ପରେ ଅନୁଷ୍କାଙ୍କୁ ସେ ଫ୍ଲାଇଂ କିସ୍‌ ଦେଇଥିଲେ। ଉକ୍ତ ଭିଡିଓ ଏବେ ପର୍ଯ୍ୟନ୍ତ ଭାଇରାଲ ହେଉଛି।

-ଆଇପିଏଲ୍‌ର ଓପନିଂ ଉତ୍ସବବରେ ଅନୁଷ୍କା ଯୋଗଦେବାକୁ ପହଞ୍ଚିଥିଲେ। ଏହା ଦେଖି ବିରାଟ ବେଶ ଖୁସି ହୋଇଯାଇଥିଲେ। ଉକ୍ତ ସମୟର ଫଟୋ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ...

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ...

ଆଇପିଏଲ୍‌ ଅଧାରୁ ସ୍ବଦେଶ ଫେରିଯିବେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୫: ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ପୂର୍ବରୁ ଇଂଲଣ୍ଡ ଦଳ ପାକିସ୍ତାନ ସହିତ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ...

ଟି-୨୦ ବିଶ୍ୱକପ୍‌ରେ ଇତିହାସ ରଚିବାକୁ ଯାଉଛନ୍ତି ରୋହିତ ଶର୍ମା, ପ୍ରଥମ ଭାରତୀୟ ଭାବେ କରିବେ ଏମିତି କାରନାମା

ନୂଆଦିଲ୍ଲୀ,୧।୫: ଆସନ୍ତା ଟି-୨୦ ବିଶ୍ୱକପ୍‌ରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟିକତ୍ୱ କରିବେ ରୋହିତ ଶର୍ମା। ୨୦୦୭ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ରୋହିତ ଶର୍ମା ଏପର୍ଯ୍ୟନ୍ତ ଖେଳାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri