Posted inଖେଳ

ପଞ୍ଜାବକୁ ଦିଗହରା ହେବାକୁ ଦେଲେନି ଶାହାରୁଖ ଖାନ

ଦୁବାଇ,୨।୧୦: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ହରାଇ ଦେଇଛି। କେକେଆର୍‌ ପକ୍ଷରୁ ଧାର୍ଯ୍ୟ ୧୬୬ ରନ୍‌ର ବିଜୟ ଲକ୍ଷ୍ୟକୁ ପଞ୍ଜାବ ୧୯.୩ ଓଭରରେ ହାସଲ କରିଥିଲା। ପଞ୍ଜାବ ଶେଷ ଆଡ଼କୁ ଦିଗହରା ହୋଇଯିବ ଭଳି ଲାଗୁଥିଲା। କିନ୍ତୁ ଦଳକୁ ଶାହାରୁଖ ଖାନ ବଞ୍ଚାଇ ଦେଇଥିଲେ।

ଓପନର ଭେଙ୍କଟେଶ ଆୟାରଙ୍କ ୬୭ (୯ ଚୌକା ଓ ୧ ଛକା) ରନ୍‌ର ଅର୍ଦ୍ଧଶତକୀୟ ପାଳି ବଳରେ ପ୍ରଥମେ ବ୍ୟାଟିଂ କରିଥିବା କୋଲକାତା ଧାର୍ଯ୍ୟ ୨୦ ଓଭରରେ ୭ ଉଇକେଟ ହରାଇ ୧୬୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପାଇଁ ରାହୁଲ ତ୍ରିପାଠି ୩୪ (୩ ଚୌକା ଓ ୧ ଛକା) ଓ ନୀତିଶ ରାଣା ୩୧ (୨ ଲେଖାଏ ଚୌକା ଓ ଛକା) ରନ୍‌ କରିଥିଲେ। ପଞ୍ଜାବ ପକ୍ଷରୁ ରବି ବିଷ୍ଣୋଇ ୨ଟି ଉଇକେଟ ନେଇଥିବା ବେଳେ ଅର୍ଶଦୀପ ସିଂ ହାତେଇଥିଲେ ୩ ଉଇକେଟ।

ଜବାବରେ ପଞ୍ଜାବକୁ ଭଲ ଆରମ୍ଭ ଦେଇଥିଲେ ଲୋକେଶ ରାହୁଲ (୬୭ ରନ୍‌, ୪ ଚୌକା ଓ ୨ ଛକା) ଓ ମୟଙ୍କ ଅଗ୍ରଓ୍ବାଲ (୪୦)। ଦୁହେଁ ପ୍ରଥମ ଉଇକେଟ ପାଇଁ ୭୦ ରନ୍‌ ଯୋଡ଼ିଥିଲେ। ଓପନିଂ ଯୋଡ଼ି ଭାଙ୍ଗିବା ପରେ ଦଳ କ୍ରମାଗତ ବ୍ୟବଧାନରେ ୩ ଉଇକେଟ ହରାଇଥିଲା। ଶେଷ ଆଡ଼କୁ ଶାହାରୁଖ ଖାନ ଖେଳିଥିଲେ ୨୨ ରନ୍‌ର ବିସ୍ଫୋରକ ଖେଳିଥିଲେ। ତାଙ୍କ ପାଳିରେ ଥିଲା ୧ ଚୌକା ଓ ୨ ଛକା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟ୍‌ ଖେଳୁଥିବାବେଳେ ପ୍ରାଇଭେଟ୍‌ ପାର୍ଟରେ ବାଜିଲା ବଲ୍‌: ପଡ଼ିଆରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍‌ ନିଶା ଘାରିଛି। କ୍ରିକେଟ୍‌ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ...

ଧୋନୀଙ୍କୁ ବୋଲ୍ଡ କରି ଘୃଣାର ଶିକାର ହେଲେ ଏହି ବୋଲର

ଧର୍ମଶାଳା,୬।୫: ଆଇପିଏଲ ୨୦୨୪ର ୫୩ତମ ମ୍ୟାଚ ଅତ୍ୟନ୍ତ ରୋମାଞ୍ଚକର ଏବଂ ଚମତ୍କାର ଥିଲା। ଏହି ମ୍ୟାଚ୍‌ରେ ବ୍ୟାଟ୍ସମ୍ୟାନ ନୁହଁନ୍ତି ବରଂ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ।...

ସୁପରମ୍ୟାନ୍‌ ସାଜିଲେ ରମନଦୀପ: ଏମିତି କ୍ୟାଚ୍‌ ନେଲେ ସମସ୍ତେ ରହିଗଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ର ୫୪ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ କୋଲକାତା ଏକ ବଡ଼...

ଐତିହାସିକ ରେକର୍ଡ ହାସଲ କଲେ ସୁନୀଲ ନାରିନ

ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ପାଇଁ ବଲ ଅପେକ୍ଷା ସୁନୀଲ ନାରିନ ବ୍ୟାଟ ସହିତ ଅଧିକ ପ୍ରଭାବଶାଳୀ ବୋଲି ପ୍ରମାଣ କରୁଛନ୍ତି। ଚଳିତ...

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନ କଲେ ଭାରତୀୟ ମହିଳା ଏବଂ ପୁରୁଷ ୪X୪୦୦ ମିଟର ରିଲେ ଟିମ୍

ନୂଆଦିଲ୍ଲୀ,୬।୫: ସୋମବାର ବିଶ୍ୱ ଆଥଲେଟିକ୍ସ ରିଲେରେ ପ୍ରଭାବଶାଳୀ ପ୍ରଦର୍ଶନ ପରେ ଭାରତୀୟ ପୁରୁଷ ଏବଂ ମହିଳା ୪X୪୦୦ ମିଟର ରିଲେ ଦଳ ପ୍ୟାରିସ ଅଲିମ୍ପିକ୍ସ ପାଇଁ...

ଟି-୨୦ ବିଶ୍ୱକପ୍‌ବେଳେ ଆତଙ୍କବାଦୀ ଆକ୍ରମଣ ଧମକ: ବଢିଲା ଚିନ୍ତା

ନୂଆଦିଲ୍ଲୀ,୬।୫:ଆଇପିଏଲ ୨୦୨୪ ସିଜନ ପରେ ତୁରନ୍ତ ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ଅନେକ ଦଳ ସେମାନଙ୍କ...

କେକେଆର୍‌ର ଐତିହାସିକ ବିଜୟ ପରେ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କେଉଁଠି ଅଛନ୍ତି କେଉଁ ଦଳ

ଲକ୍ଷ୍ନୌ,୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ୫୪ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୯୮ ରନ୍‌ରେ ପରାସ୍ତ କରିଛି। ଏକାନା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ତଥା ଟି-୨୦ ବିଶ୍ୱକପ ୨୦୨୪ ଭାରତୀୟ ଦଳର ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲ ୨୦୨୪ ଆରମ୍ଭରୁ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri