ପୂର୍ବତନ ବାଚସ୍ପତି ଶରତ କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ସାହିତି୍ୟକ ଶରତ କୁମାର କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ଶହୀଦନଗରସ୍ଥିତ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ମନ୍ତ୍ରୀ ପ୍ରତାପ ଜେନା, ବିଧାୟକ ଅମର ଶତପଥୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ, ଗାନ୍ଧୀବାଦୀ ତଥା ପୂର୍ବତନ ବିଧାୟକ ପଦ୍ମଚରଣ ନାୟକ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁରେଶ କୁମାର ରାଉତରାୟ, ଓଡ଼ିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକ, ଭାଜପା ନେତା ଭୃଗୁ ବକ୍ସିପାତ୍ର, ଲୋପାମୁଦ୍ରା ବକ୍ସିପାତ୍ର, କଂଗ୍ରେସ ମୁଖପାତ୍ର ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ, ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ପୂର୍ବତନ ଡିଜିପି ମନମୋହନ ପ୍ରହରାଜ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ସ୍ମୃତିଚାରଣ କରିଥିଲେ। ସ୍ବର୍ଗତ କରଙ୍କ ଭାଇ ରଜତ କର, ପତ୍ନୀ ପ୍ରଫେସର ଅନିମା ମିଶ୍ରକର, ବଡ ପୁଅ ଅଧ୍ୟାପକ ସୁମନ କର, ସାନପୁଅ ତଥା ଆୟକର ବିଭାଗର ପୂର୍ବତନ କମିଶନର ସୋଭନ କର ଏବଂ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ଶ୍ରାଦ୍ଧ ବାର୍ଷିକୀ ଅବସରରେ ସ୍ବର୍ଗତ କରଙ୍କ ବାସ ଭବନରେ ପୂଜାପାଠ ହୋଇଥିଲା। ଏଥିସହ ତାଙ୍କ ନିର୍ବାଚନମଣ୍ଡଳୀ ମାହାଙ୍ଗାରେ ମଧ୍ୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri