Odisha Elections 2024
Posted inଫୁରସତ

ଆଜି ବିଶ୍ୱ ପ୍ରାଣୀ ଦିବସ : ପରିବେଶୀୟ ସନ୍ତୁଳନ ଅପରିହାର୍ଯ୍ୟ

ପରିବେଶୀୟ ସନ୍ତୁଳନ ପାଇଁ ପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଅପରିହାର୍ଯ୍ୟ। ମୁଖ୍ୟତଃ ଜଙ୍ଗଲରେ ରହୁଥିବା ପ୍ରାଣୀଙ୍କ ଯୋଗୁ ଜୈବ ବିବିଧତା ବଜାୟ ରହିଥାଏ। ଜଙ୍ଗଲ ବିନା ଜଳବାୟୁ ପରିବର୍ତ୍ତନର ଆଶଙ୍କା ଅଧିକ। ତେବେ ପୃଥିବୀର ସ୍ଥାୟିତ୍ୱ ପାଇଁ ଗୁରୁତ୍ୱପୂର୍ଣ୍ଣ ସାବସ୍ତ୍ୟ ହେଉଥିବା ପ୍ରାଣୀଙ୍କ ସୁରକ୍ଷା ଲାଗି ପ୍ରତିବର୍ଷ ଅକ୍ଟୋବର ୪ରେ ବିଶ୍ୱ ପ୍ରାଣୀ ଦିବସ ପାଳନ କରାଯାଇଥାଏ। ଏନେଇ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି ଲାଗି ୧୯୨୫ ମାର୍ଚ୍ଚ ୨୪ରେ ଜର୍ମାନୀର ବର୍ଲିନରେ ପ୍ରଥମେ ଉଦ୍ୟମ ଆରମ୍ଭ ହୋଇଥିଲା। ୧୯୨୯ରେ ଏହାକୁ ଅକ୍ଟୋବର ୪କୁ ଘୁଞ୍ଚା ଯାଇଥିଲା। ପରେ ୧୯୩୧ ମେ’ରେ ଇଟାଲୀର ଫ୍ଲୋରେନ୍ସରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଆନିମଲ କଂଗ୍ରେସରେ ଏହି ଦିବସ ପାଳନ ପାଇଁ ପ୍ରସ୍ତାବ ଆଗତ କରାଯାଇଥିଲା। ଏନେଇ ୨୦୦୬ ଅକ୍ଟୋବର ୨୭ରେ ପୋଲାଣ୍ଡ ପାର୍ଲାମେଣ୍ଟରେ ଏକ ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା। ତେବେ ୨୦୦୭ଠାରୁ ପ୍ରତିବର୍ଷ ଏହି ଦିବସକୁ ଅକ୍ଟୋବର-୪ରେ ବିଶ୍ୱସ୍ତରରେ ପାଳନ କରାଯାଉଛି। ଲଗାତର ଜଙ୍ଗଲ କଟାଯୋଗୁ ବାସସ୍ଥଳ ଅଭାବରୁ ବହୁ ପ୍ରଜାତିର ପ୍ରାଣୀ ଲୋପ ପାଇବାର ଆଶଙ୍କା ବଢିଲାଣି। ୨୦୦୩ରେ ନେଚର ଓ୍ବାଚ୍‌ ଫାଉଣ୍ଡେଶନ ପକ୍ଷରୁ ପ୍ରଥମେ ବିଶ୍ୱ ପ୍ରାଣୀ ଦିବସ ଓ୍ବେବ୍‌ସାଇଟ୍‌ର ଶୁଭାରମ୍ଭ କରାଯାଇଥିଲା। ପ୍ରାଣୀଙ୍କ ବିକାଶ ଲକ୍ଷ୍ୟ ନେଇ ଏହା ମାଧ୍ୟମରେ ବିଭିନ୍ନ ବିଶ୍ୱସ୍ତରୀୟ ସଂସ୍ଥା ସହିତ ଯୋଗାଯୋଗକୁ ଗୁରୁତ୍ୱାରୋପ କରାଯାଇଥିଲା। ୨୦୦୭ରେ ଏନେଇ ବିଶ୍ୱସ୍ତରୀୟ ଭଲ୍ୟୁଣ୍ଟାରି ଆମ୍ବାସାଡର ପ୍ରୋଗ୍ରାମ ମଧ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

ଆଜି ଜାତୀୟ ଡେଙ୍ଗୁ ଦିବସ

ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରେ ଡେଙ୍ଗୁ ଅନ୍ୟତମ। ଏଡିସ୍‌ ମଶା ହେଉଛି ଏହାର ବାହକ। ପ୍ରାରମ୍ଭରୁ ଡେଙ୍ଗୁର ଚିକିତ୍ସା କରା ନ ଗଲେ...

ଭାରତ ପ୍ରେମରେ ଜାପାନୀ ସିଇଓ

ବେଙ୍ଗାଲୁରୁ: ଟେକ୍‌ ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ...

୨୦ବର୍ଷ ଧରି ବୋର୍ଡରେ ଖବର ଲେଖୁଛନ୍ତି ସରୋଜ ଚର୍ଚ୍ଚି

ଖବରକାଗଜ ସାଧାରଣତଃ ଛପା ଯାଇଥାଏ। ବିଭିନ୍ନ ଅଞ୍ଚଳରୁ ପ୍ରକାଶନ ହେଉଥିବା ଦୈନିକ, ସାପ୍ତାହିକ, ମାସିକ, ପାକ୍ଷିକ ଆଦି ବିଭିନ୍ନ ଭାଷାର ଏକାଧିକ ସଂସ୍କରଣ ରହିଛି। ଆଞ୍ଚଳିକ,...

ଆଧୁନିକ ନାରୀଙ୍କ ପାଇଁ ଦୃଷ୍ଟାନ୍ତ ‘ନନ୍ଦିନୀ’

ଓଡ଼ିଶା ମାଟିର ସୁଯୋଗ୍ୟା ସନ୍ତାନ ସେ । ଜଣେ ପ୍ରତିଷ୍ଠିତ ଲେଖିକା ହେବା ସହ ରାଜନୀତିରେ ବି ସେ ଥିଲେ ବେଶ୍‌ ପାରଙ୍ଗମ। ଯାହା ତାଙ୍କୁ...

ମା’ ଖୁସି ପାଇଁ..ସବୁ ଖୁସି ପାଦ ତଳେ ଥୋଇ ଦେଇଥିବା ସୁଯୋଗ୍ୟ ସନ୍ତାନ…

ମା’;  ଯାହାର ଜୀବନ ନାଟିକା ତା’ ସନ୍ତାନ ପାଖରେ ଅଟକିଥାଏ। ଯାହାର ସବୁ ସୁଖଦୁଃଖ ତା’ ପିଲା ପାଖରୁ ଆରମ୍ଭ ହୋଇ ତାଙ୍କଠି ହିଁ ସରିଯାଏ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri