ଗଜପତି ମୋ’ ପାଇଁ ସ୍ବତନ୍ତ୍ର: ନବୀନ

ଭୁବନେଶ୍ୱର (ବ୍ୟୁରୋ)/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)୫। ୧୦:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଗଜପତି ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଜପତି ଜିଲା ସହ ବିଜୁବାବୁଙ୍କର ସମ୍ପର୍କ ବିଷୟରେ ସମସ୍ତେ ଜାଣନ୍ତି। ଗଜପତି ଜିଲା ତାଙ୍କ ପାଇଁ ସ୍ବତନ୍ତ୍ର ଗୁରୁତ୍ୱ ବହନ କରେ। ଗଜପତିରେ ସ୍ମାର୍ଟ ହେଲ୍‌ଥ କାର୍ଡ ଆରମ୍ଭ କରି ସେ ବହୁତ ଖୁସି ବୋଲି କହିଛନ୍ତି। ଗଜପତି ହେଉଛି କଳା ଓ ସଂସ୍କୃତିର ଭୂମି। ଛୋଟିଆ ଜିଲା ହେଲେ ମଧ୍ୟ ଆଧୁନିକ ଓଡ଼ିଶା ପାଇଁ ଗଜପତିର ଅବଦାନ ବହୁତ ବେଶି। ଏହି ଅବସରରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ମନେପକାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ଅବଦାନକୁ ଏ ଜାତି କେବେ ଭୁଲି ପାରିବ ନାହିଁ। ସେ ଥିଲେ ବିକାଶ ଓ ସ୍ବାଭିମାନର ପ୍ରତୀକ। ସେହିପରି କବି ଗୋପାଳ କୃଷ୍ଣ ପଟ୍ଟନାୟକ ତଥା ବିଶିଷ୍ଟ ଐତିହାସିକ ସତ୍ୟନାରାୟଣ ରାଜଗୁରୁଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଗଜପତି ଜିଲା ପାଇଁ ମୁଖ୍ୟମନ୍ତ୍ରୀ ରାସ୍ତାଘାଟ, ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମି ସହିତ ମେଗା ପାଇପ ଜଳ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିସହିତ ମହେନ୍ଦ୍ରଗିରି ତୀର୍ଥର ବିକାଶ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢ଼ା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ପ୍ରତିଟି ଜୀବନ ମୂଲ୍ୟବାନ୍‌। ଚାଷୀ ହେଉ ବା ମୂଲିଆ ଅବା ରିକ୍ସାଚାଳକ ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଜପତି ଜିଲାରେ ୪,୯୭,୫୦୧ ହିତାଧିକାରୀ ସ୍ମାର୍ଟ ହେଲ୍‌ଥ କାର୍ଡ ଜରିଆରେ ଉପକୃତ ହେବେ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଜପତିରେ ୭୯୬.୧୯ କୋଟିର ବୃହତ୍‌ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ସମେତ ୮୨୦ କୋଟି ଟଙ୍କାର ଅନ୍ୟାନ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ସୂଚନାଯୋଗ୍ୟ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟ ସରକାରଙ୍କ ଏକ ଫ୍ଲାଗ ଶିପ୍‌ କାର୍ଯ୍ୟକ୍ରମ। ଅଗଷ୍ଟ ୨୦ରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଏହାର ଶୁଭାରମ୍ଭ କରିଥିଲେ। ଏହାପରେ ସୁନ୍ଦରଗଡ଼, ବଲାଙ୍ଗୀରରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରିବା ପରେ ଗଜପତିରେ ମଧ୍ୟ ଏହା ଆରମ୍ଭ ହୋଇଛି।
ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri