Posted inଖେଳ

ଆର୍‌ସିବିକୁ ପରାଜୟରୁ ବଞ୍ଚାଇ ପାରିଲେ ନାହିଁ ଡି’ଭିଲୟର୍ସ

ଆର୍‌ସିବିକୁ ପରାଜୟରୁ ବଞ୍ଚାଇ ପାରିଲେ ନାହିଁ ଡି’ଭିଲୟର୍ସ

ଆବୁଧାବି,୬।୧୦: ଶେଷ ବଲ ପର୍ଯ୍ୟନ୍ତ ଚାଲିଲା ମ୍ୟାଚ୍‌। ତଥାପି ଜିତିପାରିଲା ନାହିଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ପ୍ଲେ-ଅପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିବା ଆରସିବିକୁ ୪ ରନ୍‌ରେ ହରାଇ ଦେଇଛି ସନରାଇଜର୍ସ ହାଇଦ୍ରାବାଦ୍‌। ୧୪୨ ରନ୍‌ର ସାଧାରଣ ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ବିରାଟ କୋହଲିଙ୍କ ଦଳ ବହୁ ସମୟ ଧରି ମ୍ୟାଚ୍‌ରେ ଆଗୁଆ ଥିଲେ। ଏପରି କି ଶେଷ ୩ ବଲରେ ଦଳକୁ ୧୨ ରନ୍‌ ଦରକାର ଥିବା ବେଳେ ଷ୍ଟ୍ରାଇକ୍‌ରେ ଥିଲେ ଏବି ଡି’ଭିଲୟର୍ସ। ଏହାସତ୍ତ୍ୱେ ବାଙ୍ଗାଲୋରକୁ ପରାଜୟ ସମ୍ମୁଖୀନ ହେବାକୁ ପଡ଼ିଛି।

ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ୍‌ ୨୦ ଓଭରରେ ୭ ଉଇକେଟ ହରାଇ ୧୪୧ ରନ୍‌ କରିଥିଲା। ଦଳ ପାଇଁ ଜାସୋନ ରୟ ୪୪ (୫ ଚୌକା) ଓ ଅଧିନାୟକ କେନ ଓ୍ବିଲିୟମସନ ୩୧ (୪ ଚୌକା) ରନ୍‌ କରିଥିଲେ। ଆରସିବି ପାଇଁ ପୁଣି ଥରେ ସଫଳ ବୋଲର ସାଜିଥିଲେ ହର୍ଶଲ ପଟେଲ ( ୩ ଉଇକେଟ)। ୧୪୨ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଆର୍‌ସିବି ପ୍ରାରମ୍ଭିକ ଓଭରରେ ୩ ଉଇକେଟ ହରାଇ ଦେଇଥିଲା। କିନ୍ତୁ ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ୪୦ (୩ ଚୌକା ଓ ୨ ଛକା) ରନ୍‌ର ଇନିଂସ ବାଙ୍ଗାଲୋର ପାଇଁ ସୃଷ୍ଟି କରିଥିଲା ବିଜୟ ସମ୍ଭାବନା। ମାତ୍ର ସେ ରନ୍‌ ଆଉଟ୍‌ ହେବା ପରେ ବଦଳି ଯାଇଥିଲା ମ୍ୟାଚ୍‌ର ସ୍ଥିତି। ଶେଷ ପର୍ଯ୍ୟନ୍ତ ଡି’ଭିଲୟର୍ସ (୧୯ ରନ୍‌, ଗୋଟିଏ ଲେଖାଏ ଚୌକା ଓ ଛକା) ଛିଡ଼ା ହୋଇଥିଲେ। ତଥାପି ବିଜୟ ଲକ୍ଷ୍ୟଠାରୁ ୫ ରନ୍‌ ଦୂରରେ ରହିଯାଇଥିଲା ଆର୍‌ସିବି।


Enter your email to get our daily news in your inbox.

All Right Reserved By Dharitri.Com

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri