ପୋତାଯାଇଥିବା ବିପୁଳ ବିସ୍ଫୋରକ ଜବତ

ଚଢ଼େଇଧରା,୭।୧୦(ଡି.ଏନ.ଏ.): ଯାଜପୁର ଜିଲା ଜେନାପୁର ଥାନା ଅଧୀନ ଗଙ୍ଗେଇଡୁବୁରୀ(ଲୁଣିବେର) କଳାପଥର ଖଣିଠାରୁ କିଛି ଦୂରରେ ପୋତା ଯାଇଥିବା ବିପୁଳ ବିସ୍ଫୋରକକୁ ବୁଧବାର ରାତିରେ ଜବତ କରାଯାଇଛି। ଏକ ପଡ଼ିଆରେ ବିସ୍ଫୋରକ ପୋତା ଯାଇଥିବା ଖବର ପାଇ ଜେନାପୁର ଥାନାଧିକାରୀ ଶ୍ରବଣ କୁମାର ମହାରଣା ପହଞ୍ଚତ୍ଥିଲେ। ପୋତା ଯାଇଥିବା ସ୍ଥାନକୁ ଠାବ କରିବା ପରେ ବୋମା ନିଷ୍କ୍ରିୟକାରୀ ଦଳଙ୍କ ସହାୟତାରେ ଏକ ଜେସିବି ମେଶିନ ଦ୍ୱାରା ଖନନ କରାଯାଇଥିଲା। ଖବର ଲେଖାହେବା ବେଳକୁ ୫୦ ବସ୍ତା ଏମୋନିୟମ ନାଇଟ୍ରେଟ୍‌ ସହିତ ଅନ୍ୟ କିଛି ବିସ୍ଫୋରକ ଜବତ ହୋଇଥିଲା। ତେବେ ଏତେ ପରିମାଣର ବିସ୍ଫୋରକ କିଏ କାହିଁକି ସେଠାରେ ପୋତିଛି ସେ ନେଇ ପୋଲିସ ତଦନ୍ତ ଚଳାଇଛି। ସାମଗ୍ରୀ ଜବତ ହୋଇଥିବା ସ୍ଥାନ ସରକାରୀ ଜମି ହୋଇଥିବା ବେଳେ ଏହା ସ୍ଥାନୀୟ ଅଞ୍ଚଳର କେହି ଜଣେ ବ୍ୟକ୍ତିଙ୍କ ଦ୍ୱାରା ଦଖଲ ହୋଇଥିବା ଶୁଣାଯାଉଛି। ଏହି ପାହାଡ଼ରେ ଅନେକ ଖାଦାନ ରହିଥିବାରୁ କିଏ ପୋତିଛନ୍ତି, ତାହା ବିନା ତଦନ୍ତରେ କହିହେବ ନାହିଁ ବୋଲି ଥାନାଧିକାରୀ ମହାରଣା କହିଛନ୍ତି। ତେବେ ଗତ ଘଟଣା ସହିତ ଏହି ଘଟଣାର ସାମଞ୍ଜସ୍ୟ ରହିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଅନ୍ୟପକ୍ଷରେ ଜେନାପୁର ଥାନା ଅଞ୍ଚଳ ଏବେ ବାରୁଦ ଗଦାରେ ଛିଡା ହୋଇଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଗତ ରବିବାର ବଉଳମାଳ ପଞ୍ଚାୟତର ସାତମାଣଠାରେ ଥିବା ଏକ ବିସ୍ଫୋରକ ଗୋଦାମକୁ ଜିଲା ପୋଲିସ ସିଲ୍‌ କରିଥିବା ବେଳେ ମାତ୍ରାଧିକ ବିସ୍ଫୋରକ ମହଜୁଦ ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଅଦ୍ୟାବଧି ପୋଲିସ ହେପାଜତକୁ ଆସି ପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri