ଉତ୍ତମ ସ୍ବାସ୍ଥ୍ୟସେବା ଆମର ଲକ୍ଷ୍ୟ: ନବୀନ

ପୁରୀ ଅଫିସ/ବ୍ରହ୍ମିଗିରି(ଡି.ଏନ୍‌.ଏ),୮।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ବ୍ରହ୍ମଗିରି ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ବୀମା ସ୍ମାଟ କାର୍ଡ ବଣ୍ଟନ କରିଛନ୍ତି। ଏଥିସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲାର ପ୍ରାୟ ୩ଲକ୍ଷ ୬୪ହଜାର ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ୧୦୦୬କୋଟି ୮୨ଲକ୍ଷ ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ୫ଜଣ ହିତାଧିକାରୀ ଯଥା କୁମାରୀ ପରିଡ଼ା, ରୋକେୟା ବିବି, ମମତା ତରେଇ, ରିଙ୍କି ସେଠୀ ଓ ଲତା ପ୍ରଧାନଙ୍କୁ ସ୍ମାଟ କାର୍ଡ ପ୍ରଦାନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ସମସ୍ତ ହିତାଧିକାରୀଙ୍କୁ ଏହି ସ୍ମାର୍ଟ କାର୍ଡ ମିଳିବ ବୋଲି କହିଥିଲେ। ଏପରି କି ପୁରୀ ଜିଲାର ଜନସାଧାରଣ ଆମର ବିକାଶ କାର୍ଯ୍ୟକ୍ରମକୁ ସବୁବେଳେ ସହଯୋଗ କରି ସରକାରଙ୍କ ହାତ ମୁଠାକୁ ଟାଣ କରିଛନ୍ତି। ପୁରୀ ଜିଲାବାସୀଙ୍କ ସ୍ନେହ ଓ ଆଦରକୁ ପାଥେୟ କରି ବିକାଶ କାର୍ଯ୍ୟକ୍ରମକୁ ଆହୁରି ଆଗକୁ ନିଆଯିବ। ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନର ବିକାଶ ହେଉଛି ଆମର ପବିତ୍ର ଦାୟିତ୍ୱ। ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମାଧ୍ୟମରେ ପୁରୀ ସହରର ଲୋକେ ଫିଲ୍‌ଟରମାନର ପାଣି ସିଧାସଳଖ ଭାବେ ପାଇପାରୁଛନ୍ତି। ଏଭଳି ସୁବିଧା ପାଇବାରେ ପୁରୀ ସାରା ଦେଶର ପ୍ରଥମ ସହର ଅଟେ। ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଗରିବ ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାକୁ ସମାଧାନ କରିବାରେ ଅର୍ଥ ଯେପରି ବାଧକ ନ ସାଜେ ସେନେଇ ରାଜ୍ୟ ସରକାର ଏଭଳି ଯୋଜନାକୁ କାର୍ଯ୍ୟକ୍ଷମ କରାଇଛନ୍ତି। ବର୍ତ୍ତମାନ ଲୋକେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨ଶହ ବଡ଼ ବଡ଼ ହସ୍ପିଟାଲ୍‌ରେ ଭଲ ଚିକିତ୍ସା ସୁବିଧା ପାଇପାରିବେ। ଏଥିପାଇଁ ସେମାନଙ୍କୁ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲା ପାଇଁ ୩୫ କୋଟି ଟଙ୍କାର ସଡ଼କ ଯୋଜନା, ଭିତ୍ତିଭୂମି ବିକାଶ ପାଇଁ ୮୯୩ କୋଟି ଟଙ୍କାର ପ୍ରକଳ୍ପ, ସ୍ବାସ୍ଥ୍ୟସେବା ପାଇଁ ୨୬୪ କୋଟି ଟଙ୍କାର ଏକାଧିକ ପ୍ରକଳ୍ପ, ପାନୀୟ ଜଳ ପାଇଁ ୧୪୭କୋଟି ଟଙ୍କାର ୨ଟି ମେଗା ପ୍ରକଳ୍ପ, କ୍ରୀଡ଼ା ଭିତ୍ତିଭୂମିରେ ୨୫କୋଟି ଟଙ୍କାର ପ୍ରକଳ୍ପ ଓ ବିଜୁ ସେତୁ ବାବଦକୁ ୩୬କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥିସହ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସଚେତନତା ରଥକୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଜିଲାର ଉକ୍ତ ରଥ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସମ୍ପର୍କିତ ସଚେତନତା ବାଣ୍ଟିବା ସହ ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ ବୀମାକୁ ନେଇ ଥିବା ପ୍ରଶ୍ନର ଉତ୍ତର ମଧ୍ୟ ଦେବ।
ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଅପରାହ୍ନ ସାଢ଼େ ୩ଟା ୩୦ଟାରେ ହେଲିକ୍ଯଯର ଯୋଗେ ବ୍ରହ୍ମଗିରି ଗସ୍ତ କରି ସେଠାରେ କେରାଣ୍ଡିଆ ଅସ୍ଥାୟୀ ହେଲିପ୍ୟାଡ଼ରେ ୩ଟା୪୦ମିନିଟରେ ପହଞ୍ଚତ୍ ଥିଲେ। ୪ଟା ୨୭ ସମୟରେ ସ୍ମାଟ୍‌ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ସହ ଜିଲାରେ ଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଭର୍ଚୁଆଲ୍‌ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଉଲ୍ଲେଖଯୋଗ୍ୟ ବ୍ରହ୍ମଗିରି ବ୍ଲକର ଅତ୍ୟାଧୁନିକ ପ୍ରଶାସନିକ କାର୍ଯ୍ୟାଳୟ ମିନି ସେକ୍ରେଚାରୀଏଟ୍‌କୁ ମଧ୍ୟ ଭର୍ଚୁଆଲ୍‌ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସାତପଡ଼ାଠାରୁ ମୋଟ ପର୍ଯ୍ୟନ୍ତ ସୁରକ୍ଷା ପ୍ରାଚୀର ନିର୍ମାଣ, ପାନୀୟ ଜଳ ପ୍ରକଳ୍ପ, ସାତପଡ଼ା-ଜହ୍ନିକୁଦା ସେତୁ ନିର୍ମାଣ ନିମନ୍ତେ ପଦକ୍ଷେପ ନେବାକୁ ଦାସବର୍ମା ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ପୁରୀ ଏମ୍‌ପି ପିନାକୀ ମିଶ୍ର, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରମୁଖ ନିଜ ନିଜ ବକ୍ତବ୍ୟ ରଖିଥିଲେ। କ୍ରୀଡ଼ା ଓ ଯୁବବ୍ୟାପାର, ବିଜ୍ଞାନ ଓ କାରିଗରୀ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ଜିଲାର ସମସ୍ତ ବ୍ଲକରେ ପ୍ରସାରଣ କରାଯିବା ସହ ସମସ୍ତ ବ୍ଲକରେ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଥିଲା। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁରର ସାଂସଦ ରାଜଶ୍ରୀ ମଲ୍ଲିକ, ୫-ଟି ସଚିବ ଭିକେ ପାଣ୍ଡିଆନ, ଜିଲାପାଳ ସମର୍ଥ ବର୍ମା ଓ ଏସ୍‌ପି କନ୍‌ୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri