ପାର୍ବଣରେ ପୁଣି ଫେରିଛି କରୋନା, ୩ ମାସ ଯାଏ ସତର୍କ ରୁହ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଦିନେ ବଢ଼ିଲେ ଦିନେ କମୁଛି କରୋନା ସଂକ୍ରମଣ। ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଏହି ସମୟରେ ଭିଡ ବୃଦ୍ଧି ପାଇବାର ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ସହଯୋଗ ଲୋଡିଛନ୍ତି ସରକାର। ସତର୍କତା ଅବଲମ୍ବନ ନ କଲେ ସଂକ୍ରମଣ ନିଶ୍ଚିତ ଭାବେ ବୃଦ୍ଧି ପାଇବ ବୋଲି ଡିଏମ୍‌ଏଇଟି ସିବିକେ ମହାନ୍ତି କହିଛନ୍ତି।

ଏହାଛଡ଼ା ଆସନ୍ତା ୩ ମାସ ସତର୍କ ରୁହ। ସହଯୋଗ ନ କଲେ ସଂକ୍ରମଣ ବଢ଼ିବ। ପାର୍ବଣ ସମୟରେ ସାମାଜିକ ଦୂରତା ରହୁ ନ ଥିବା ବେଳେ ମାସ୍କ ବ୍ୟବହାର କମ୍‌ ଦେଖିବାକୁ ମିଳେ। ଏହାକୁ ନଜରରେ ରଖି କେନ୍ଦ୍ର ସରକାର ୩ ମାସ ଯାଏ ଅଧିକ ସଚେତନ ରହିବାକୁ କହିଛନ୍ତି। ପାର୍ବଣ ସମୟରେ ଏହାକୁ ମାନିବାର ଆବଶ୍ୟକତା ଅଛି। ସାମାନ୍ୟ ଢ଼ିଲାପଣ ବିପଦକୁ ଡାକିପାରେ। ଏଥିରେ ସହଯୋଗ ନ କଲେ ଭବିଷ୍ୟତରେ ସଂକ୍ରମଣ ବଢ଼ିବାର କାରଣ ଆମେ ନିଜେ ସାଜିବା ବୋଲି ଡିଏମ୍‌ଇଟି କହିଛନ୍ତି। ସତର୍କତା ହିଁ ସଂକ୍ରମଣ ବୃଦ୍ଧି ଉପରେ ରୋକ ଲଗାଇପାରିବ। ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିରନ୍ତର ଯୋଗାଯୋଗରେ ରହିଛନ୍ତି ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri