ପିଏମ୍‌ଇସି, ଜିଇସିରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ (ଏସଡିଟିଇ) ଅଧୀନରେ ଥିବା ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ (ପିଏମ୍‌ଇସି) ବ୍ରହ୍ମପୁର ଓ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିଇସି) କେଉଁଝରଠାରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ହେବ। ଏନେଇ ୱାଲର୍‌ଡ ସ୍କିଲ୍‌ ସେଣ୍ଟରଠାରେ ଶୁକ୍ରବାର ୩ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ଓଡିଶାର ଦୁଇଟି ପ୍ରମୁଖ ଯାନ୍ତ୍ରିକ ମହାବିଦ୍ୟାଳୟ ଦେଶର ଦୁଇଟି ପ୍ରମୁଖ ଶିଳ୍ପସଂସ୍ଥା ଟେକ୍‌ ମହିନ୍ଦ୍ରା ଓ ଡାସୌଲ୍ଟ ସିଷ୍ଟମ୍ସ ଇଣ୍ଡିଆ ସହ ଉତ୍କର୍ଷ କେନ୍ଦ୍ର ସ୍ଥାପନ ପାଇଁ ବୁଝାମଣା ପତ୍ର ସ୍ବାକ୍ଷର କରୁଥିବାରୁ ଖୁସି ବ୍ୟକ୍ତ କରିଥିଲେ। ଉତ୍କର୍ଷ କେନ୍ଦ୍ରଗୁଡିକ ରାଜ୍ୟର ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଆହୁରି ଆଗେଇ ନେବା ସହ ଏକ ନୂତନ ଦିଗନ୍ତ ଓ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ସେ କହିଛନ୍ତି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ କହିଲେ, ଶିକ୍ଷାର୍ଥୀଙ୍କୁ ନୂତନ ଜ୍ଞାନକୌଶଳ ଶିଖିବା ସହ ଉନ୍ନତମାନର ପ୍ରଶିକ୍ଷଣ ପାଇବାରେ ଏହି କେନ୍ଦ୍ର ସାହାଯ୍ୟ କରିବ।
ପିଏମ୍‌ଇସିରେ କ୍ଲାଉଡ୍‌ କମ୍ପ୍ୟୁଟିଂ ଓ ସାଇବର ସୁରକ୍ଷା କ୍ଷେତ୍ରରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ପିଏମ୍‌ଇସି ବ୍ରହ୍ମପୁର, ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ଓ ଟେକ୍‌ ମହିନ୍ଦ୍ରା ମଧ୍ୟରେ ପ୍ରଥମ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିବାବେଳେ ଏରୋସ୍ପେସ୍‌, ଅଟୋମୋବାଇଲ୍‌, ପ୍ରତିରକ୍ଷା ଏବଂ ଏହାର ସହଯୋଗୀ କ୍ଷେତ୍ରରେ ସେବା ଯୋଗାଇବା ନିମନ୍ତେ ଉତ୍କର୍ଷ କେନ୍ଦ୍ର ସ୍ଥାପନ ନେଇ ପିଏମ୍‌ଇସି, ବିପିୟୁଟି ଏବଂ ଗ୍ରାମ ତରଙ୍ଗ ଏମ୍ପ୍ଲୟବିଲିଟି ଟ୍ରେନିଂ (ଜିଟିଇଟି) ମଧ୍ୟରେ ଦ୍ୱିତୀୟ ଚୁକ୍ତିନାମା ହୋଇଛି। ସେହିପରି ଜିଇସିଠାରେ ଖଣି ଓ ଏହା ସମ୍ବନ୍ଧୀୟ ଉତ୍କର୍ଷ କେନ୍ଦ୍ର ସ୍ଥାପନ ପାଇଁ ଜିଇସି, ଜିଟିଇଟି ଏବଂ ଡାସୌଲ୍ଟ ସିଷ୍ଟମ୍ସ ମଧ୍ୟରେ ତୃତୀୟ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଓଏସ୍‌ଏମ୍‌ଇ କେଉଁଝର ଏବଂ ଯାଜପୁର ଓ ଦେବଗଡ ସରକାରୀ ପଲିଟେକ୍ନିକ୍‌ରେ ମଧ୍ୟ ଏଭଳି କେନ୍ଦ୍ର ସ୍ଥାପିତ ହେବ। କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ବିପିୟୁଟିର ରେଜିଷ୍ଟ୍ରାର ହିମାଂଶୁ ଶେଖର ବେହେରା, ପିଏମ୍‌ଇସି ଅଧ୍ୟକ୍ଷ ରଞ୍ଜନ କୁମାର ସ୍ବାଇଁ, ଟେକ୍‌ ମହିନ୍ଦ୍ରାର ବରିଷ୍ଠ ଉପସଭାପତି ବି. କେ. ମିଶ୍ର, ଜିଇସି ଅଧ୍ୟକ୍ଷ ତ୍ରିଲୋଚନ ସାହୁ, ଡାସୌଲ୍ଟ ସିଷ୍ଟମ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ ଦୀପକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri