ଖୋଲିବ ରୁଚି ଫ୍ରୋଜିଟ୍‌ର ସର୍ବବୃହତ୍‌ ଷ୍ଟୋର

କଟକ ଅଫିସ,୯।୧୦: ରୁଚି ଫ୍ରୋଜିଟ୍‌ର ସର୍ବବୃହତ୍‌ ଷ୍ଟୋର ରବିବାର କଟକ ମହାନଦୀ ବିହାରରେ ଶୁଭାରମ୍ଭ ହେବ। ଓଡ଼ିଆ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏବଂ ଅଭିନେତା ଶୁଭାଶିଷ୍‌ ଏହାର ଉଦ୍‌ଘାଟନ କରିବେ। ଶୁକ୍ରବାର ସ୍ଥାନୀୟ ଲିଙ୍କ୍‌ ରୋଡ୍‌ସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ଖବରଦାତା କାର୍ଯ୍ୟକ୍ରମରେ ରୁଚିର ପରିଚାଳନା ନିର୍ଦ୍ଦେଶକ ଶରତ ସାହୁ ଏବଂ ନିର୍ଦ୍ଦେଶିକା ରଶ୍ମି ସାହୁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ନୂତନ ଆଉଟ୍‌ଲେଟ୍‌ରେ ଲୋକମାନେ ଖାଦ୍ୟ ଖାଇବା ସହ ରୁଚି ଏବଂ ଫ୍ରୋଜିଟ୍‌ର ବିଭିନ୍ନ ସାମଗ୍ରୀ ସହଜରେ କ୍ରୟ କରିପାରିବେ। ଏଥିରେ ବିଭିନ୍ନ ଅର୍ଗାନିକ୍‌ ସାମଗ୍ରୀ ମଧ୍ୟ ଗ୍ରାହକଙ୍କ ଚାହିଦା ଅନୁସାରେ ଉପଲବ୍ଧ ରହିବ। କଟକର ବିଭିନ୍ନ ପର୍ବପର୍ବାଣି ସମୟରେ ସ୍ବତନ୍ତ୍ର ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ କରାଯିବ ବୋଲି ଫ୍ରୋଜିଟ୍‌ର ମୁଖ୍ୟ ରଶ୍ମି ସାହୁ ମତବ୍ୟକ୍ତ କରିଥିଲେ। ଶରତ କୁମାର ସାହୁ କହିଥିଲେ, ଫ୍ରୋଜିଟ୍‌ର ଏହି ଆଉଟ୍‌ଲେଟ୍‌ ଅନ୍ତର୍ଜାଜୀୟ ସ୍ତରର ନୂଆ ଏବଂ କଟକବାସୀଙ୍କ ପାଇଁ ସ୍ବତନ୍ତ୍ର ରହିବ। ରୁଚି ଦ୍ୱାରା ପରିଚାଳିତ ଫ୍ରୋଜିଟ୍‌ ଡିଭିଜନ ବିଗତ ୧୦ ବର୍ଷ ଧରି ବିଭିନ୍ନ ପ୍ରକାର ରେଡି ଟୁ ଇଟ୍‌, ରେଡି ଟୁ କୁକ୍‌, ବେକରୀ, ପ୍ରଡକ୍ଟ ଯୋଗାଇଦେଉଛି। ଉଦ୍‌ଘାଟନ ଉତ୍ସବରେ ସମସ୍ତ ଗ୍ରାହକଙ୍କୁ ସ୍ବତନ୍ତ୍ର ରିହାତି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri