ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶ

ସୁନ୍ଦରଗଡ଼,୯।୧୦(ଡି.ଏନ୍‌.ଏ.): ନାବାଳିକା ସାବତ ଝିଅକୁ ୪ବର୍ଷ ଧରି ବଳାତ୍କାର କରିବା ମାମଲାରେ ଅଭିଯୁକ୍ତ ସାବତ ବାପାଙ୍କୁ ସୁନ୍ଦରଗଡ଼ ପକ୍‌ସୋ ଅଦାଲତ ଶୁକ୍ରବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାଉରକେଲାରେ ୨୦୧୩ ଅଗଷ୍ଟ ୬ରେ ହୋଇଥିବା ଏହି ମାମଲାର ବିଚାରକରି ସୁନ୍ଦରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ପକ୍‌ସୋ ଅଦାଲତର ପ୍ରିଜାଇଡିଂ ଅଫିସର ପାର୍ଥସାରଥି ପଟ୍ଟନାୟକ ଏହି ରାୟ ଶୁଣାଇଛନ୍ତି। ଅଦାଲତ ଅଭିଯୁକ୍ତଙ୍କୁ ୧୦ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦେୟ ୧ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ପୀଡ଼ିତା ନାବାଳିକାଙ୍କୁ ୫ଲକ୍ଷ ଟଙ୍କା ପ୍ରଦାନ କରିବା ନିମନ୍ତେ ସୁନ୍ଦରଗଡ଼ ଜିଲା ଆଇନସେବା ପ୍ରାଧିକରଣଙ୍କୁ ସୁପାରିଶ କରିଛନ୍ତି।
ପୀଡ଼ିତା ନାବାଳିକା ରାଉରକେଲାର ଏକ ସ୍କୁଲରେ ଛାତ୍ରୀ ଥିଲେ। ହେଲେ ତାଙ୍କ ବାପାଙ୍କ ମୃତ୍ୟୁ ପରେ ମାଆ ଆଉ ଜଣେ ଯୁବକଙ୍କୁ ବିବାହ କରିଥିଲେ। ହେଲେ ସାବତ ବାପା ନାବାଳିକାଙ୍କୁ ଧମକଚମକ ଦେଇ ତାଙ୍କ ସହିତ ଶାରିରୀକ ସମ୍ପର୍କ ରଖି ଆସୁଥିଲେ। ସାବତ ବାପାଙ୍କ ଏଭଳି ଆଚରଣରେ ଅତିଷ୍ଠ ହୋଇ ନାବାଳିକା ଜଣକ ଅନେକ ଥର ସ୍କୁଲରୁ ଫେରି ତାଙ୍କର ଜଣେ ସହପାଠୀଙ୍କ ଘରେ ରହିଯାଇଥାଆନ୍ତି। ଏଭଳି ପରିସ୍ଥିତିରେ ନାବାଳିକା ଜଣକ ପର ଘରେ କାମକରି ସ୍କୁଲରେ ପାଠପଢିଥାଆନ୍ତି। ସାବତ ବାପା ୨୦୧୩ ଅଗଷ୍ଟ ୬ରେ ସ୍କୁଲକୁ ଯାଇ ସାବତ ଝିଅକୁ ଘରକୁ ଯିବା ପାଇଁ ବାଧ୍ୟ କରିବାରୁ ନାବାଳିକା ଜଣକ କାନ୍ଦି ମନା କରିଥିଲେ। ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଘଟଣାସମ୍ପର୍କରେ ଜଣାଇଥିଲେ। ଏହା ପରେ ପ୍ରଧାନଶିକ୍ଷକ ଏ ସମ୍ପର୍କରେ ସ୍ଥାନୀୟ ଥାନାରେ ରିପୋର୍ଟ କରିବା ପରେ ପୋଲିସ ବିଭିନ୍ନ ଦଫାରେ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ପକସୋ ଅଦାଲତର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri