ସାନଙ୍କୁ ବଞ୍ଚାଇବାକୁ ଯାଉଥିଲେ, ଶେଷରେ ବୁଡ଼ିଗଲେ ୨ ଭଉଣୀ

ମାଲକାନଗିରି,୯ା୧୦(ଡି.ଏନ୍‌.ଏ.): ମାଲକାନଗିରି ଆଦର୍ଶ ଥାନା ଅଧୀନ ହୁଡୁପା ପଞ୍ଚାୟତ ମଙ୍ଗ ଗ୍ରାମରେ ଶନିବାର ଘଟିଛି ଅଘଟଣ। ସାନଙ୍କୁ ବଞ୍ଚାଇବାକୁ ଉଦ୍ୟମ କରୁଥିଲେ ବଡ଼ ଭଉଣୀ। ଶେଷରେ ୨ ଭଉଣୀ ପାଣିରେ ବୁଡ଼ି ଜୀବନ ହରାଇଛନ୍ତି।

ମିଳିଥିବା ସୂଚନା ମୁତାବକ, ମଙ୍ଗ ଗ୍ରାମର ଓମ୍‌ ପଡ଼ିଆମି ଓ ତାଙ୍କ ସ୍ତ୍ରୀ କାମକୁ ଯାଇଥିବା ବେଳେ ଝିଅ ରାଜେଶ୍ୱରୀ (୬) ଓ ଶିବାନୀ ( ୩) ଗ୍ରାମ ପୋଖରୀ ହୁଡାରେ ଖେଳୁଥିଲେ। ଏହି ସମୟରେ ହଠାତ୍‌ ଶିବାନୀ ପୋଖରୀ ଭିତରେ ପଡିଯାଇଥିଲେ। ତାଙ୍କୁ ରକ୍ଷା କରିବାକୁ ଯାଇ ବଡଭଉଣୀ ରାଜେଶ୍ୱରୀ ପୋଖରୀ ଭିତରେ ପଶିଥିଲେ। କିନ୍ତୁ ଉଭୟେ ପାଣିରେ ବୁଡ଼ି ଯାଇଥିଲେ। କିଛି ଲୋକ ଏହା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଏବଂ ଗ୍ରାମବାସୀ ପୋଖରୀରେ ଖୋଜାଖୋଜି କରି ଦୁଇଭଉଣୀଙ୍କ ମୃତଦେହ ଉଦ୍ଧାର କରି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପରିବାର ଲୋକେ ମାଲକାନଗିରି ଆଦର୍ଶ ଥାନାରେ ଜଣାଇଥିଲେ। ପୋଲିସ ଏକ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri