ଖଟିଆରେ ବୁହା ହେଲେ ଗୁରୁତର ମହିଳା

ଦିଗପହଣ୍ଡି,୭ା୭(ଡି.ଏନ.ଏ.)-ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଘାସିଆମ୍ବ ଗାଁରେ ଶନିବାର ସକାଳ ପ୍ରାୟ ୮ଟାରେ ଜଣେ ମହିଳା ବଗଡ଼କୁ କାମ କରିବାକୁ ଯାଇଥିଲେ। ସେ ପାହାଡ଼ରୁ ୫ ଫୁଟ ତଳକୁ ଖସି ପଡ଼ି ଗୁରତର ହୋଇଛନ୍ତି। ସେ ହେଲେ ଘାସିଆମ୍ବ ଗାଁର ପାଗଡ଼ା ମଣ୍ଡଳଙ୍କ ସ୍ତ୍ରୀ ମାଙ୍ଗି । ଆମ୍ବୁଲାନ୍ସ ସେବା ପାଇଁ ଫୋନ କରିଥିଲେ ମଧ୍ୟ ମିଳିନଥିଲା। ଗାଁକୁ ଭଲ ରାସ୍ତା ନ ଥିବାରୁ ଅଟୋ ଚାଳକ ମଧ୍ୟ ମନା କରିଥିଲେ। ଦୀର୍ଘ ଦୁଇ ଘଣ୍ଟା ପରେ ମଧ୍ୟ ଗାଡ଼ି ବ୍ୟବସ୍ଥା ନ ହେବାରୁ ବାଧ୍ୟହୋଇ ପରିବାର ଲୋକେ ମାଙ୍ଗିଙ୍କୁ ଏକ ଖଟିଆରେ ବୋହି ନେଇଥିଲେ। ପୋଡ଼ାମାରି ନିକଟ ବୋରିଗାଁ ଗ୍ରାମରେ ପହଞ୍ଚତ୍ ସେଠାରୁ ଏକ ଅଟୋ ଯୋଗେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମାଙ୍ଗିଙ୍କୁ ଖଟିଆରେ ବୋହି ନେବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ଅଧୀନ ସହଦେବ ଟିକରପଡ଼ା ପଞ୍ଚାୟତ ଘାସିଆମ୍ବ, ଦାଦୁରୁମା, କୁରୁମା, ଗୋଚ୍ଛାପାଟ, ପିତାମହୁଲ ଭଳି ଅନେକ ଗଁାକୁ ଏବେ ବି ରାସ୍ତା ନାହିଁ । ପାହାଡ଼ ଚଢ଼ି ଲୋକେ ଯା’ଆସ କରୁଛନ୍ତିି । ରାସ୍ତା ନିର୍ମାଣ ପାଇଁ ଗ୍ରାମୋନ୍ନୟନ ବିଭାଗ ଓ ବିଡିଓଙ୍କୁ ଜଣାଇଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ବୋଲି ଘାସିଆମ୍ବ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏସବୁ ଗ୍ରାମ୍ୟ ରାସ୍ତା ପଞ୍ଚାୟତିରାଜ ବିଭାଗ ଆମକୁ ହସ୍ତାନ୍ତର କଲେ ଏନେଇ ପଦକ୍ଷେପ ନିଆଯିବ ବୋଲି ଦିଗପହଣ୍ଡି ଗ୍ରାମୋନ୍ନୟନ କାର୍ଯ୍ୟାଳୟ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ପ୍ରଭାତ କୁମାର ପାଣିଗ୍ରାହୀ କହିଛନ୍ତି । ଘଟଣା ଆମ ଦୃଷ୍ଟିକୁ ଆସିନାହିଁ । ଲିଖିତ ଆବେଦନ ମିଳିଲେ ରାସ୍ତା ନିର୍ମାଣ ପାଇଁ ଆକ୍ସନ୍‌ ପ୍ଲାନ ପ୍ରସ୍ତୁତ କରାଯିବ ବୋଲି ବିଡିଓ ହଳଧର ଶବର କହିଛନ୍ତି । ସହଦେବ ଟିକରପଡ଼ା ପଞ୍ଚାୟତ ୧ନଂ ୱାର୍ଡ ଅଧୀନ ଘାସିଆମ୍ବ ଗ୍ରାମରେ ପ୍ରାୟ ୨ ଶହ ପରିବାରର ୫ ଶହରୁ ଊର୍ଦ୍ଧ୍ୱ ବାସିନ୍ଦା ରହୁଥିବା ସରପଞ୍ଚ ବାବୁଲା ମଳିକ ଜଣାଇଛନ୍ତି । ଖାଦ୍ୟ ସୁରକ୍ଷା ଯୋଜନା ଓ ଭତ୍ତା ନିମନ୍ତେ ଲୋକେ ପୋଡ଼ାମାରିରୁ ୨୧ କିମି ଅତିକ୍ରାନ୍ତ କରି ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚୁଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri