ରାସ୍ତା, ପୋଖରୀ କାମରେ ଅନିୟମିତତା ଅଭିଯୋଗ

ହିଞ୍ଜିଳିକାଟୁ,୭ା୭(ଡ଼ି.ଏନ୍‌.ଏ.) -ହିଞ୍ଜିଳିକାଟୁ ବ୍ଲକ ଗଣ୍ଡଳା ପଞ୍ଚାୟତ ପଳାସି ଗ୍ରାମର ଏକ ରାସ୍ତା କାମ ଓ ଆଦର୍ଶ ପୋଖରୀ ଖୋଳାରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଗ୍ରାମରେ ୬ଲକ୍ଷ ଟଙ୍କାରେ ରାସ୍ତା କାମ ଓ ୧୫ଲକ୍ଷ ଟଙ୍କାର ଆଦର୍ଶ ପୋଖରୀ ଖନନ କରାଯାଉଛି। ବ୍ଲକର ପୂର୍ବତନ କଂଗ୍ରେସ ସଭାପତି ପଦ୍ମ ଚରଣ ସାହୁ ଏହି ୨ଟି କାମରେ ବ୍ୟାପକ ଅନିୟମିତତା ଅଭିଯୋଗ ଆଣି ବିଡିଓ, ଛତ୍ରପୁର ଉପ ଜିଲାପାଳ ଓ ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏନେଇ ସେ ଅଭିଯୋଗ କରିବାରୁ ଧମକ ଦିଆଯାଉଥିବା ମଧ୍ୟ କହିଛନ୍ତି।
ପ୍ରକାଶ ଯେ, ପଳାସି ଗ୍ରାମର ଶୁଣ୍ଢିସାହି ଠାରୁ ପୂର୍ତ୍ତ ବିଭାଗ ପର୍ଯ୍ୟନ୍ତ କଂକ୍ରିଟ ରାସ୍ତା ୬ଲକ୍ଷ ଅଟକଳ ମୂଲ୍ୟରେ ଗତ ମାର୍ଚ୍ଚରେ କାର୍ଯ୍ୟ ଶେଷ ହୋଇଥିଲା। ନିର୍ମାଣର ୩ ମାସ ମଧ୍ୟରେ ରାସ୍ତାର ବହୁଅଂଶ ଖରାପ ହୋଇଗଲାଣି। ସିମେଣ୍ଟ ଛାଡି ଗୋଡି ଦେଖା ଯାଉଥିବାବେଳେ ବର୍ଷାପାଣି ଜମୁଛି। ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀଙ୍କ ନାମରେ କାର୍ଯ୍ୟାଦେଶ ଥାଇ ଅନିୟମିତତା ହୋଇଥିବା ସାହୁ ଅଭିଯୋଗ କରିଛନ୍ତି। ଅନ୍ୟ ପକ୍ଷରେ ପଳାସୀ ଗ୍ରାମର ପାଣିଗ୍ରାହୀ ପୋଖରୀକୁ ୮ମାସ ତଳେ ଆଦର୍ଶ ପୋଖରୀ ଯୋଜନାରେ ୫ଲକ୍ଷ ଟଙ୍କା ମଞ୍ଜୁର କରାଯାଇ କାମ ହୋଇଛି। କାମ ନ’ସରୁଣୁ ସେହି ପୋଖରୀକୁ ଏମଜିଏନ୍‌ଆରଇଜିଏସ ଯୋଜନାରେ ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇ ହରିଲୁଟ ପାଇଁ ଯୋଜନା କରାଯାଇଛି ବୋଲି ସାହୁ ଅଭିଯୋଗ କରିଛନ୍ତି। ପୋଖରୀ କାମ ହେତୁ ଦୀର୍ଘ ୮ମାସ ଧରି ଗ୍ରାମର ଲୋକେ ପାଣି ନ’ ପାଇ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ବ୍ଲକ ସହକାରୀ ଯନ୍ତ୍ରୀ ହେମନ୍ତ କୁମାର ହୋତାଙ୍କ ସହ ଯୋଗାଯୋଗ ପରେ ଶୁଣ୍ଢିସାହି ଠାରୁ ପୂର୍ତ୍ତ ବିଭାଗ ରୋଡ଼ ପର୍ଯ୍ୟନ୍ତ ସିମେଣ୍ଟ କଂକ୍ରିଟ ରାସ୍ତାକୁ ଗ୍ରାମରେ ପଲ୍ଲୀସଭା କରାଯାଇ ଜଣେ ବ୍ୟକ୍ତିଙ୍କୁ ପ୍ରଦାନ କରାଯାଇଛି। ଅଭିଯୋଗ ପରେ ତଦନ୍ତ କରାଯାଇଛି। ଉକ୍ତ ଗ୍ରାମ୍ୟ ରାସ୍ତା ଦେଇ ହାଇୱାରେ ବାଲି ଓ ପଥର ଯାଉଥିବାରୁ ରାସ୍ତାର କିଛି ଅଂଶ ଖରାପ ହୋଇଛି। କାମ କରିଥିବା ବ୍ୟକ୍ତିଙ୍କୁ ମରାମତି ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଯନ୍ତ୍ରୀ ହୋତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ...

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri