Posted inଜାତୀୟ

ରାଜଧାନୀ ପବନରେ ଜହର,୭୫ ପ୍ରତିଶତରୁ ଅଧିକ ଛୋଟପିଲା ହେଉଛନ୍ତି ଶ୍ୱାସରୁଦ୍ଧ…

ନୂଆଦିଲ୍ଲୀ,୧୩।୧୦: ଶୀତ ଆରମ୍ଭ ହେବା ସହିତ ରାଜଧାନୀ ଦିଲ୍ଲୀର ବାୟୁ ମଣ୍ଡଳର ଗୁଣବତ୍ତାମାନ ପ୍ରତିବର୍ଷ ଖରାପ ହେବାକୁ ଲାଗିଥାଏ। ପବନରେ ଜହର ଯୋଗୁ ରାଜଧାନୀର ୭୫ ପ୍ରତିଶତରୁ ଅଧିକ ପିଲା ଶ୍ୱାସରୁଦ୍ଧ ହେଉଛନ୍ତି। ସେମାନେ ନେବୁଲାଇଜର ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ଗ୍ରହଣ କରୁଛନ୍ତି। ଶକ୍ତି ଏବଂ ସମ୍ବଳ ପ୍ରତିଷ୍ଠାନ (ଟିଇଆର୍‌ଆଇ) ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନ ଉପରେ ଆଧାରିତ ଏକ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି।

୧୪ରୁ ୧୭ ବର୍ଷ ବୟସ୍କ ୪୧୩ ଜଣ ଶିଶୁଙ୍କ ଉପରେ ସ୍ବାସ୍ଥ୍ୟ ସର୍ଭେ କରାଯାଇଥିଲା। ସେଥିମଧ୍ୟରୁ ୭୫.୪ ପ୍ରତିଶତଙ୍କଠାରେ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ଅନୁଭବ କରିଥିବା କହିଛନ୍ତି। ସେହିପରି ୨୪.୨ ପ୍ରତିଶତଙ୍କ ଆଖି ସମସ୍ୟା, ୨୨.୩ ପ୍ରତିଶତଙ୍କୁ ନିୟମିତ ଛିଙ୍କ ହେବା ଅବା ସର୍ଦ୍ଦି ସମସ୍ୟା ଦେଖାଦେଇଛି। ଅପରପକ୍ଷରେ ୨୦.୯ ପ୍ରତିଶତ ଛୋଟପିଲାଙ୍କୁ ସକାଳେ କାଶ ହେଉଥିବା ରିପୋର୍ଟରେ ପ୍ରକାଶ ପାଇଛି। ବାୟୁ ପ୍ରଦୂଷଣ ଯୋଗୁ ପିଲାଙ୍କଠାରେ ଶ୍ୱାସକ୍ରିୟା ଏବଂ ହୃଦରୋଗ ସମସ୍ୟା ବଢ଼ିବାରେ ଲାଗିଛି।

ରାଜଧାନୀ ବାୟୁମଣ୍ଡଳରେ କ୍ୟାଡମିୟମ ଏବଂ ଆର୍ସେନିକର ପରିମାଣ ବୃଦ୍ଧି ପାଉଥିବାରୁ ଲୋକଙ୍କଠାରେ କର୍କଟ, କିଡନୀ ସମସ୍ୟା ଏବଂ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ହୃଦରୋଗର ଆଶଙ୍କା ଅଧିକ ଦେଖାଦେଉଛି ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri