ତଦନ୍ତ ଘେରରେ ସାଉଥସିଟି ହୋଟେଲ, ମୁଖ୍ୟ ଅଭିଯୁକ୍ତ କିଏ…

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାର ପରିସରକୁ ଆସିଥିବା ପାତ୍ରପଡ଼ାସ୍ଥିତ ସାଉଥ ସିଟି ହୋଟେଲ ଆଣ୍ଡ ବାର୍‌ର କାର୍ଯ୍ୟକଳାପ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ହୋଟେଲ ଓ ବାର୍‌କୁ ସିଲ୍‌ କରାଯାଇଛି। ମନୀଷଙ୍କ ମୃତ୍ୟୁ ପୂର୍ବରୁ ସେହିଦିନ ରାତିରେ ଜଣେ ପୋଲିସ କର୍ମଚାରୀଙ୍କ ଉପସ୍ଥିତି ନେଇ ଅଭିଯୋଗ ଆସିବା ପରେ ଘଟଣାର ତଦନ୍ତ ଜଣେ ଅତିରିକ୍ତ ଡିସିପିଙ୍କ ଦ୍ୱାରା କରାଯାଉଛି ବୋଲି ଡିସିପି ଉମାଶଙ୍କର ଦାସ କହିଛନ୍ତି। ଭୁବନେଶ୍ୱର ହାବିଲ୍‌ଦାର ଓ କନଷ୍ଟେବଳ ସଂଘ ସମ୍ପାଦକ ପ୍ରସନ୍ନ ବେହେରା ଉକ୍ତ ବାରକୁ ତାଙ୍କ ଭାଇଙ୍କ ନାମରେ ଲିଜ୍‌ରେ ନେଇ ଚଳାଉଥିବା ଜଣାପଡ଼ିଛି। ତେଣୁ ପୋଲିସ ଘଟଣାକୁ ଗମ୍ଭୀରତାର ସହ ନେଇ ତଦନ୍ତ ଆରମ୍ଭ କରିଛି। କୋଭିଡ୍‌ କଟକଣା ଏବଂ ସହରର ସମସ୍ତ ବାର୍‌ ରାତି ୧୦ଟା ପରେ ତାଲା ପଡୁଥିବାବେଳେ ସାଉଥ ସିଟି ବାର୍‌ ରାତି ତମାମ ଖୋଲା ରହୁଥିଲା। ଏନେଇ ସ୍ଥାନୀୟ ଲୋକ ଅଭିଯୋଗ କରିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିଲା। ଗତ ୯ତାରିଖ ବିଳମ୍ବିତ ରାତିରେ ଉକ୍ତ ବାର୍‌ରେ ବିଲ୍‌ ପଇଠକୁ ନେଇ ମନୀଷ ଏବଂ ଅଭିଯୁକ୍ତଙ୍କ ମଧ୍ୟରେ ବଚସା ହେବା ପରେ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ ଆସିଥିଲା। ସୂଚନା ପାଇ ତମାଣ୍ଡୋ ଥାନା ଅଧୀନରେ ଥିବା ପିସିଆର ଭ୍ୟାନ ପହଞ୍ଚତ୍ଥିଲା। ହେଲେ ହେଟେଲରେ ପୋଲିସ କର୍ମଚାରୀଙ୍କୁ ଭ୍ୟାନ୍‌ ଦେଖି ଫେରି ଆସିଥିଲା।

ମନୀଷଙ୍କ ମୃତ୍ୟୁ ପରେ ତାଙ୍କ ମୋବାଇଲକୁ ଅଭିଯୁକ୍ତମାନେ ନେଇଯାଇଥିଲେ, ଯାହାକି ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ। ମନୀଷଙ୍କ ମୃତ୍ୟୁକୁ ଲୁଚାଇବାକୁ ଉଦ୍ୟମ କରିଥିବା ୩ ସାଙ୍ଗଙ୍କୁ ଗିରଫ କରାଯାଇଥିଲେ ସୁଦ୍ଧା କାହା ଆଘାତରେ ମନୀଷଙ୍କ ମୃତ୍ୟୁ ହେଲା, କିଏ ପାଣିକୁ ଫିଙ୍ଗିଲେ, ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ପୋଲିସ ଦେଇନାହିଁ। ଅଭିଯୁକ୍ତମାନେ ପୋଖରୀ ପାଖରେ ଓଦା ଅବସ୍ଥାରେ ଥିବା ଜଣେ ପ୍ରତ୍ୟକ୍ଷଦର୍ଶୀ ଦେଖିଥିବା ଡିସିପି କହିଛନ୍ତି। ସିସିଟିଭି ଫୁଟେଜ, ଶେଷ ଫୋନ କଲ୍‌ ରେକର୍ଡ ଏବଂ ସାକ୍ଷୀଙ୍କ ବୟାନକୁ ନେଇ ଅଭିଯକ୍ତଙ୍କୁ କିପରି ଦୋଷୀ ପ୍ରମାଣିତ କରାଯିବ ତାକୁ ନେଇ ପ୍ରଶ୍ନ ଉଠୁଛି। ବ୍ୟବଚ୍ଛେଦ ରିପୋର୍ଟ, ଏଫ୍‌ଏମ୍‌ଟି ଓ ଅନ୍ୟାନ୍ୟ ରିପୋର୍ଟକୁ ଅପେକ୍ଷା ଥିବାବେଳେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାକୁ ପୋଲିସ ଆବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri