ଲିଟର ପିଛା ୧୧୧ ଛୁଇଁଲା ପେଟ୍ରୋଲ ଦର

ନୂଆଦିଲ୍ଲୀ, ୧୭।୧୦: କ୍ରମାଗତ ଭାବେ ବଢ଼ିଚାଲିଛି ପେଟ୍ରୋଲ ଏବଂ ଡିଜେଲ ଦର। ରବିବାର ପୁଣି ତୈଳ ଦାମ ବଢ଼ିଛି। ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫ ଟଙ୍କା ୮୪ ପଇସାରେ ପହଞ୍ଚିଛି। ସେହିପରି ଡିଜେଲ ଦର ୯୪ ଟଙ୍କା ୫୭ ପଇସା ପ୍ରତି ଲିଟର ହୋଇଛି। ସେହିଭଳି ମୁମ୍ବାଇରେ ତୈଳ ଦର ରେକର୍ଡ ଭାଙ୍ଗିଛି। ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୭୭ ପଇସାରେ ପହଞ୍ଚିଛି। ଡିଜେଲ ମଧ୍ୟ ଲିଟର ପିଛା ୧୦୨ ଟଙ୍କା ୫୨ ପଇସାକୁ ବୃଦ୍ଧି ହୋଇଛି। ଅନ୍ୟପଟେ କୋଲକାତାରେ ମଧ୍ୟ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୪୩ ପଇସା ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୯୭ ଟଙ୍କା ୬୮ ପଇସାକୁ ବୃଦ୍ଧି ପାଇଛି। ଚେନ୍ନାଇରେ ପେଟ୍ରୋଲ ଲିଟର ୧୦୩ ଟଙ୍କା ୦୧ ପଇସା ଥିବା ବେଳେ ଡିଜେଲ ଲିଟର ୯୮ ଟଙ୍କା ୯୨ ପଇସାକୁ ବଢ଼ିଛି। କ୍ରମାଗତ ଚତୁର୍ଥ ଦିନ ପାଇଁ ଉଭୟ ପେଟ୍ରୋଲ ଓ ଡିଜେଲ ଦାମ ୩୫ ପଇସା ଲେଖାଏ ବଢ଼ିଛି। ଚଳିତ ମାସରେ କେବଳ ୧୨ ଓ ୧୩ ତାରିଖକୁ ଛାଡ଼ି ଦେଲେ ବାକି ସବୁ ଦିନ ତୈଳଦର ମହଙ୍ଗା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri