ମେଲାଣି ନେଲେ ମା’

ଅନୁଗୋଳ ଅଫିସ, ୧୭।୧୦: ଆବଦ୍ଧ ମଣ୍ଡପରେ ପୂଜାର୍ଚ୍ଚନା ପରେ ମେଲାଣି ନେଇଛନ୍ତି ମା’ ଦୁର୍ଗା। ଘଣ୍ଟଘଣ୍ଟା, ଢୋଲ ବାଦ୍ୟର ତାଳେ ତାଳେ ନିରାଡମ୍ବର ଭାବେ ଦେବୀଙ୍କୁ ବିଦାୟ ଦେଇଛନ୍ତି ଅନୁଗୋଳବାସୀ। ପୂଜା ଶାନ୍ତି ଶୃଙ୍ଖଳାର ସମାପନ ହୋଇଥିଲେ ମଧ୍ୟ ବିସର୍ଜନରେ ସାମାନ୍ୟ ବିଶୃଙ୍ଖଳା ଦୃଷ୍ଟିଗୋଚର ହୋଇଥିଲା। ପ୍ରଶାସନ ପକ୍ଷରୁ ଅମଲାପଡ଼ାରେ ଅସ୍ଥାୟୀ ପୋଖରୀ କରାଯାଇଥିଲେ ମଧ୍ୟ ବସ୍‌ଷ୍ଟାଣ୍ଡ ପୂଜା କମିଟିକୁ ବାଦ୍‌ ଦେଲେ ଅନ୍ୟମାନେ ନାଳରେ ମୂର୍ତ୍ତି ଭସାଇଥିଲେ। ଅସ୍ଥାୟୀ ପୋଖରୀ ଦାୟିତ୍ୱରେ ଥିବା ଅଧିକାରୀମାନେ ନିୟମ ଜଗିବା ବଦଳରେ ଅସହାୟତା ପ୍ରକାଶ କରିଥିଲେ। ତେବେ ପ୍ରଶାସନ କରିଥିବା ଅସ୍ଥାୟୀ ପୋଖରୀରେ ଆବଶ୍ୟକ ସୁବିଧା କରାଯାଇ ନ ଥିଲା। ଉକ୍ତ ସ୍ଥାନ ପାଣି କାଦୁଆରେ ଭର୍ତ୍ତି ହୋଇଥିଲା। ତେଣୁ ପୂଜା କମିଟି ସେଠାରୁ ଯିବାକୁ ଅନିଚ୍ଛା ପ୍ରକାଶ କରିଥିଲେ। ତେଣୁ ଏଭଳି ବ୍ୟତିକ୍ରମ ହୋଇଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ସମାନ ସମସ୍ୟା ସୃଷ୍ଟି ହୋଇଥିଲା। ଆଗାମୀ ଦିନରେ ଏହାର ପୁନରାବୃତ୍ତି ହେବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ପ୍ରଶାସନର ଖାମଖିଆଲି ମନୋଭାବ ଯୋଗୁ ପ୍ରତିବର୍ଷ ଏଭଳି ସମସ୍ୟା ଉପୁଜୁଥିବା ସହରରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri