ଆଜି ହୋଇପାରେ ପ୍ରଶାନ୍ତଙ୍କ ଜାମିନ ଶୁଣାଣି

ଖୋର୍ଦ୍ଧା ଅଫିସ,୧୮ା୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଜାତିଆଣ ଆକ୍ଷେପ ସହ ଆକ୍ରମଣ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନର ଶୁଣାଣି ୧୮ (ସୋମବାର) କିମ୍ବା ୨୧ ତାରିଖରେ ହୋଇପାରେ। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଜାମିନ ନିମନ୍ତେ ପ୍ରଶାନ୍ତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଚିଠି ନଂ-୪୧୮୧୭/ତା ୧୧ା୧୦ା୨୦୨୧ ଅନୁଯାୟୀ ବାଲୁଗାଁ ଥାନାର ତଦନ୍ତ ଅଧିକାରୀ (ଆଇଓ) ଏହି ମାମଲାରେ ଅଭିଯୋଗକାରୀ ସେଠୀଙ୍କୁ ହାଇକୋର୍ଟରେ ହାଜର ହୋଇ ନିଜ ପକ୍ଷ ରଖିବାକୁ ନୋଟିସ ଜାରି କରିଛନ୍ତି।
ଆକ୍ଷେପ ସହ ଆକ୍ରମଣ ମାମଲାରେ ଗିରଫଦାରିକୁ ଏଡ଼ାଇବା ପାଇଁ ବିଧାୟକ ଜଗଦ୍ଦେବ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ। ହାଇକୋର୍ଟ ଶୁଣାଣି କରି ତଳକୋର୍ଟରେ ଆତ୍ମସମର୍ପଣ ସହ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅନୁଯାୟୀ ପ୍ରଶାନ୍ତ ଗତ ୮ ତାରିଖରେ ଖୋର୍ଦ୍ଧା ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଆତ୍ମସମର୍ପଣ ସହ ଜାମିନ ଆବେଦନ କରିଥିଲେ। କୋର୍ଟ ଜାମିନ ଖାରଜ କରିବାରୁ ପୋଲିସ ତାଙ୍କୁ ନିଜ ହେପାଜତକୁ ନେଇ ସବ୍‌ଜେଲକୁ ପଠାଇ ଦେଇଥିଲା। ଜେଲ ହାଜତକୁ ଯିବାର କିଛି ସମୟ ପରେ ଜଗଦ୍ଦେବ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ଏବେ ସେଠାରେ ସେ ଚିକିତ୍ସାଧୀନ ଅଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କୁ ଜାମିନ ପ୍ରଦାନ କରିବାକୁ ସେ ହାଇକୋର୍ଟରେ ଆବେଦନ କରିଛନ୍ତି।
ଗତ ସେପ୍ଟେମ୍ବର ୮ରେ ବାଲୁଗାଁ ଏନ୍‌ଏସି କାର୍ଯ୍ୟାଳୟରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଥିଲା। ତେବେ ବିଳମ୍ବ ଘଟିବାରୁ ନିରଞ୍ଜନ ବାଲୁଗାଁ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଶ୍ନ କରିଥିଲେ। ଏହି ସମୟରେ ପ୍ରଶାନ୍ତ ପହଞ୍ଚି ନିରଞ୍ଜନଙ୍କୁ ଜାତିଆଣ ଆକ୍ଷେପ କରି ମାଡ଼ ମାରିଥିଲେ ବୋଲି ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏକ ମାମଲା (ନଂ ୧୫୬/୨୧) ରୁଜୁ କରିଥିଲା। ଏହି ଘଟଣା ପରେ ପ୍ରଶାନ୍ତଙ୍କୁ ବିଜେଡିରୁ ନିଲମ୍ବନ କରାଯିବା ସହ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦବୀରୁ ହଟାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri