ଇ-ପଞ୍ଜୀକରଣରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ୨ ମାସ ମଧ୍ୟରେ ଇ-ଶ୍ରମ ପୋର୍ଟାଲରେ ସାରା ଦେଶରୁ ୪ କୋଟିରୁ ଅଧିକ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଶ୍ରମିକ ପଞ୍ଜୀକରଣ କରିବାରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସର୍ବାଗ୍ରେ ରହିଛି। ମିଳିଥିବା ତଥ୍ୟ ମୁତାବକ, ଏହି ପୋର୍ଟାଲରେ ଓଡ଼ିଶାର ୮୮ ଲକ୍ଷ ୩୫ ହଜାର ୫୭୨ ଶ୍ରମିକ ପଞ୍ଜୀକରଣ କରିଥିବା ଟୁଇଟ୍‌ କରି କେନ୍ଦ୍ର ଶ୍ରମ ମନ୍ତ୍ରୀ ଭୂପିନ୍ଦର ଯାଦବ ସୂଚନା ଦେଇଛନ୍ତି। ଏହି ପୋର୍ଟାଲରେ ପଞ୍ଜୀକରଣ କରିବା ପରେ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକମାନେ ସହଜରେ ସରକାରୀ ଯୋଜନାଗୁଡ଼ିକର ଲାଭ ପାଇପାରିବେ। ନିର୍ମାଣ, ବସ୍ତ୍ର ଉତ୍ପାଦନ, ମତ୍ସ୍ୟଚାଷ, ଗିଗ୍‌ ଓ ପ୍ଲାଟଫର୍ମ କାମ, ଉଠାଦୋକାନୀ, ଘରୋଇ କର୍ମଜୀବୀ, କୃଷି ଏବଂ ଆନୁଷଙ୍ଗିକ, ପରିବହନ ଆଦି ବିଭିନ୍ନ କ୍ଷେତ୍ରର ଶ୍ରମିକମାନେ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଏଥିମଧ୍ୟରୁ କେତେକ କ୍ଷେତ୍ରରେ ବହୁସଂଖ୍ୟାରେ ପ୍ରବାସୀ ଶ୍ରମିକ ନିୟୋଜିତ ଅଛନ୍ତି। ପ୍ରବାସୀ ଶ୍ରମିକଙ୍କ ସମେତ ଅସଙ୍ଗଠିତ କ୍ଷେତ୍ରର ସମସ୍ତ ଶ୍ରମିକ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକରଣ କରିବା ଜରିଆରେ ସରକାରଙ୍କ ବିଭିନ୍ନ ସାମାଜିକ ସୁରକ୍ଷା ଏବଂ ନିଯୁକ୍ତି ଆଧାରିତ ଯୋଜନାର ଲାଭ ପାଇବାକୁ ସକ୍ଷମ ହେବେ। ୪.୦୯ କୋଟି ଶ୍ରମିକ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଏଥିମଧ୍ୟରୁ ୫୦.୦୨ ପ୍ରତିଶତ ହିତାଧିକାରୀ ମହିଳା ଏବଂ ୪୯.୯୮ ପ୍ରତିଶତ ହିତାଧିକାରୀ ପୁରୁଷ। ପ୍ରାୟତଃ ସମାନ ସଂଖ୍ୟକ ପୁରୁଷ ଏବଂ ମହିଳା ଏହି ଅଭିଯାନର ଅଂଶବିଶେଷ ହେବା ବିଶେଷ ଉତ୍ସାହଜନକ। ପୁରୁଷ ଓ ମହିଳା ଶ୍ରମିକମାନେ ତୁଳନାତ୍ମକ ଭାବେ ପଞ୍ଜୀକରଣ କରୁଛନ୍ତି।
ଶ୍ରମିକ ପଞ୍ଜୀକରଣ କରିବାରେ ଓଡ଼ିଶା ସବୁଠୁ ଆଗରେ ଥିବାବେଳେ ଏହା ପଛକୁ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ବିହାର ଏବଂ ମଧ୍ୟପ୍ରଦେଶ ରହିଛି। ଛୋଟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକରେ ମଧ୍ୟ ଶ୍ରମିକ ପଞ୍ଜୀକରଣ ସଂଖ୍ୟା ଉତ୍ସାହଜନକ ରହିଛି। କୃଷି ଏବଂ ନିର୍ମାଣ ଶ୍ରମିକ କ୍ଷେତ୍ରର ସର୍ବାଧିକ ସଂଖ୍ୟକ ଶ୍ରମିକ ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଭାରତରେ ଏହି ଦୁଇଟି କ୍ଷେତ୍ରରେ ସର୍ବାଧିକ ସଂଖ୍ୟକ ଲୋକଙ୍କୁ ନିଯୁକ୍ତି ମିଳିଥାଏ। ପଞ୍ଜୀକରଣ କରିଥିବା ୬୫.୬୮ ପ୍ରତିଶତ ଶ୍ରମିକଙ୍କ ବୟସ ୧୬ରୁ ୪୦ ବର୍ଷ ମଧ୍ୟରେ ହେବ। ୩୪.୩୨ ପ୍ରତିଶତ ଶ୍ରମିକଙ୍କ ବୟସ ୪୦ ବର୍ଷ କିମ୍ବା ତଦୂଦ୍ଧର୍‌ବ ରହିଛି। ଅନ୍ୟାନ୍ୟ ପଛୁଆବର୍ଗ ଏବଂ ସାଧାରଣ ବର୍ଗରୁ ଯଥାକ୍ରମେ ୪୩ ଏବଂ ୨୭ ପ୍ରତିଶତ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ସେହିପରି ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗରୁ ଯଥାକ୍ରମେ ୨୩ ଏବଂ ୭ ପ୍ରତିଶତ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଜନସେବା କେନ୍ଦ୍ର ଜରିଆରେ ସର୍ବାଧିକ ୭୭ ପ୍ରତିଶତ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଜନସେବା କେନ୍ଦ୍ରଗୁଡ଼ିକ ଜରିଆରେ ଶ୍ରମିକମାନେ ଅଧିକରୁ ଅଧିକ ସଂଖ୍ୟାରେ ଆସି ପଞ୍ଜୀକରଣ କରିବା ଲାଗି ସରକାରଙ୍କ ପକ୍ଷରୁ ପ୍ରୋତ୍ସାହିତ କରାଯାଉଛି। ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକରଣ ପରେ ଅସଂଗଠିତ କ୍ଷେତ୍ରର ଶ୍ରମିକମାନେ ଏକ ଡିଜିଟାଲ ଇ-ଶ୍ରମ କାର୍ଡ ପାଇବେ। ସେମାନେ ପୋର୍ଟାଲ କିମ୍ବା ମୋବାଇଲ ଆପ୍‌ ମାଧ୍ୟମରେ ସେମାନଙ୍କ ପ୍ରୋଫାଇଲ ଅପଡେଟ୍‌ କରିପାରିବେ। ଦେଶରେ ସାମାଜିକ ସୁରକ୍ଷା ଯୋଜନାର ଲାଭ ପାଇବା ପାଇଁ ଏହା ଗ୍ରହଣୀୟ ହେବ। ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ହୋଇଥିବା ଶ୍ରମିକ ଦୁର୍ଘଟଣାରେ ମୃତ୍ୟୁବରଣ କଲେ ତାଙ୍କର ନିକଟ ସମ୍ପର୍କୀୟମାନେ ୨ ଲକ୍ଷ ଟଙ୍କାର ବୀମା ରାଶି ପାଇବେ। ଆଂଶିକ ଅକ୍ଷମତା କ୍ଷେତ୍ରରେ ଶ୍ରମିକମାନଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ମିଳିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri