ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୮ ମାସ ପରେ ଦୈନିକ ସଂକ୍ରମଣ ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୩ ହଜାର ୫୮ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୯ ହଜାର ୪୭୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୨୩୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ ରହିଛି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୨ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୮୩ ହଜାର ୧୧୮ ରହିଛି। ୨୨୭ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୬ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୨ ହଜାର ୪୫୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୯୮ କୋଟି ୬୭ ଲକ୍ଷ ୬୯ ହଜାର ୪୧୧ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୫ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟି ୧୯ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷ ୮୯ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୫୮ ହଜାର ୮୦୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୯୪ ହଜାର ୩୭୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୬୭୬ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୬୦ ଛୁଇଁଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri