Posted inଜାତୀୟ

ଏଲ୍‌ଏସିରେ ଚାଇନା ସୈନ୍ୟଙ୍କ ଉପରେ ନଜର ରଖିବ ଏୟାର ସର୍ଭେଲାନ୍ସ୍‌ ସିଷ୍ଟମ…

ଇଟାନଗର,୧୯।୧୦: ଅରୁଣାଚଳପ୍ରଦେଶକୁ ଲାଗିି ରହିଥିବା ଏଲ୍‌ଏସିରେ ଚାଇନା ସୈନ୍ୟଙ୍କ ଉପରେ ନଜର ରଖିବା ପାଇଁ ଏୟାର ସର୍ଭେଲାନ୍ସ୍‌ ସିଷ୍ଟମ ପ୍ରସ୍ତୁତ କରାଯାଇଛି। ଏନେଇ ଆଭିଏଶନ ବ୍ରିିଗେଡ ଗଠନ କରାଯାଇଛି। ବ୍ରିଗେଡରେ ଡ୍ରୋନ୍‌କୁ ସାମିଲ କରାଯାଇଛି। ଆକାଶ ମାର୍ଗରୁ ଡ୍ରୋନ୍‌ ଦ୍ୱାରା ସୀମାରେ ଚାଇନା ସୈନ୍ୟଙ୍କ ଗତିବିଧି ଉପରେ ସତର୍କ ଦୃଷ୍ଟି ରଖାଯିବ।

ବ୍ରିଗେଡ୍‌ରେ ଇସ୍ରାଏଲର ହେରୋନ ଡ୍ରୋନ୍‌, ହେଲିକପ୍ଟର ଆଦିକୁ ସାମିଲ କରାଯାଇଛି। ଆବଶ୍ୟକ ସ୍ଥଳେ ଆକ୍ରମଣାତ୍ମକ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ଯୋଜନା ପ୍ରସ୍ତୁତ କରାଯାଇଛି। ଚାଇନା ଏବଂ ଅରୁଣାଚଳ ପ୍ରଦେଶ ମଧ୍ୟରେ ଦୀର୍ଘ ୧୨୦୦ କିଲୋମିଟରର ଏଲ୍‌ଏସି ରହିଛି। ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଦୀର୍ଘ ୧୮ ମାସ ଧରି ଉତ୍ତେଜନା ଜାରି ରହିଛି। ତେବେ ଭାରତୀୟ ସେନା ପକ୍ଷରୁ ଯେକୌଣସି ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ଶେଷ ହୋଇଛି।

ସମୁଦ୍ର ପତ୍ତନଠାରୁ ୩୦ହଜାର ଫୁଟ ଉଚ୍ଚତାରେ ଏଲ୍‌ଏସି ଉପରେ ଡ୍ରୋନ୍‌ ୨୪ରୁ ୩୦ ଘଣ୍ଟା ଆକାଶ ମାର୍ଗରୁ ନଜର ରଖିବ। ହେରୋନ ଡ୍ରୋନ୍‌ ଭୂପୃଷ୍ଠରୁ ୨୦ରୁ୨୫ କିଲୋମିଟର ଉପରେ ଉଡ଼ି ସୀମା ପାର୍‌ ଗତିବିଧି ଉପରେ ଦୃଷ୍ଟି ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri