ହାରୁଛି କରୋନା, ସୁସ୍ଥତା ହାର ୯୮.୧୫ ପ୍ରତିଶତ…

ନୂଆଦିଲ୍ଲୀ,୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୬୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୯୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୯ ହଜାର ୪୪୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୨୩୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ ରହିଛି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୨ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୭୮ ହଜାର ୯୮ ରହିଛି। ୨୨୯ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୨ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୨ ହଜାର ୬୫୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୯୯ କୋଟି ୧୨ ଲକ୍ଷ ୮୨ ହଜାର ୨୮୩ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୪୧ ଲକ୍ଷ ୩୬ ହଜାର ୧୪୨ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟି ୧୯ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷ ୮୯ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୭୮ ହଜାର ୨୪୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୮ ହଜାର ୯୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୬୪୩ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭୭ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri