Posted inଖେଳ

ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ବିସିସିଆଇ କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୨୦।୧୦:ଅକ୍ଟୋବର ୧୭ରୁ ଟି -୨୦ ବିଶ୍ୱକପ ୨୦୨୧ ଆରମ୍ଭ ହୋଇଛି। ଅକ୍ଟୋବର ୨୪ରେ ଭାରତକୁ ଚିପ୍ରତିଦ୍ୱନ୍ଦୀ ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। କିନ୍ତୁ ଏହି ମ୍ୟାଚ ରଦ୍ଦ କରିବାକୁ ଦେଶରେ ଦାବି ଉଠିଛି। ଗତ କିଛି ଦିନ ହେବ କଶ୍ମୀରରେ ଭାରତୀୟ ନାଗରିକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅନେକ ତିକ୍ତତା ଦେଖାଦେଇଛି, ଏହା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ ମ୍ୟାଚକୁ ବାତିଲ କରିବାକୁ ଦାବି ରହିଛି। ତେବେ ଏହି ମ୍ୟାଚକୁ ନେଇ ବିସିସିଆଇ ଏକ ବଡ ସୂଚନା ଜାରି କରିଛି। ଆଇସିସିର ଅନ୍ତର୍ଜାତୀୟ ପ୍ରତିବଦ୍ଧତା କାରଣରୁ ଏହି ହାଇ ଭୋଲଟେଜ ମ୍ୟାଚ ବାତିଲ ହୋଇପାରିବ ନାହିଁ ବୋଲି ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ସ୍ପଷ୍ଟ କରିଛନ୍ତି। ଏକ ସାକ୍ଷାତକାରରେ ରାଜୀବ ଶୁକ୍ଲା କହିଛନ୍ତି, ଜମ୍ମୁ କଶ୍ମୀରରେ ହୋଇଥିବା ଆକ୍ରମଣକୁ ଆମେ ଦୃଢ ନିନ୍ଦା କରୁଛୁ। ଆତଙ୍କବାଦୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌। ଆଇସିସିର ଅନ୍ତର୍ଜାତୀୟ ପ୍ରତିଶ୍ରୁତି ହେତୁ ଆମେ ଏହି ମ୍ୟାଚ୍‌ ଖେଳିବାକୁ ମନା କରିପାରିବୁ ନାହିଁ ବୋଲି ସେ କହିଛନ୍ତି।
ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ଟି -୨୦ ବିଶ୍ୱକପ ମ୍ୟାଚ ୨୪ ଅକ୍ଟୋବରରେ ଦୁବାଇରେ ଖେଳାଯିବ। ଏହି ମ୍ୟାଚ ମାଧ୍ୟମରେ ହିଁ ବିରାଟ କୋହଲିଙ୍କ ସେନା ଟି -20 ବିଶ୍ୱକପ ପାଇଁ ଅଭିଯାନ ଆରମ୍ଭ କରିବ। ଭାରତ ଏବଂ ପାକିସ୍ତାନ ବିପକ୍ଷ ମ୍ୟାଚ ପୂର୍ବରୁ ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ଟିମ ଇଣ୍ଡିଆର କ୍ରିକେଟର ପର୍ଯ୍ୟନ୍ତ ସେମାନେ ଉତ୍ସାହିତ ଅଛନ୍ତି। ଚଳିତ ବର୍ଷ ଟି -୨୦ ବିଶ୍ୱକପ ଜିତିବା ପାଇଁ ଭାରତ ଏକ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ବୋଲି ବିବେଚନା କରାଯାଏ। ଟି -୨୦ ବିଶ୍ୱକପ ବିଷୟରେ କହିବାକୁ ଗଲେ ପାକିସ୍ତାନ ବିପକ୍ଷରେ ଭାରତର ରେକର୍ଡ ବହୁତ ଭଲ। ଟି -୨୦ ବିଶ୍ୱକପରେ ଏପର୍ଯ୍ୟନ୍ତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ୫ ଟି ମ୍ୟାଚ ହୋଇଛି, ସେଥିମଧ୍ୟରୁ ଟିମ ଇଣ୍ଡିଆ ସମସ୍ତ ପାଞ୍ଚଟି ମ୍ୟାଚ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri