Posted inଜାତୀୟ

ନର୍ସଙ୍କୁ ଏମିତି ପ୍ରଶ୍ନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲ (ଆରଏମଏଲ) ପରିଦର୍ଶନ କରିଛନ୍ତି। ଦେଶରେ ୧ ବିଲିୟନରୁ ଅଧିକ ଡୋଜ ଆଣ୍ଟି-କରୋନା ଟିକା ଦିଆଯିବା ଅବସରରେ ପ୍ରଧାନମନ୍ତ୍ରୀ ଡାକ୍ତରଖାନାର ଅଧିକାରୀ ଏବଂ କର୍ମଚାରୀଙ୍କ ସହ କଥା ହୋଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ଟିକା ଦେଉଥିବା ନର୍ସ କ୍ରିଷ୍ଟିନାଙ୍କ ସହ କଥା ହୋଇଥିଲେ। ସେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ଲୋକଙ୍କୁ ଟିକାକରଣ କରିଛନ୍ତି ପଚାରିଥିଲେ ମୋଦି। ଏହାର ଜବାବରେ ସେ ପ୍ରାୟ ୧୫,୦୦୦ ଲୋକଙ୍କୁ ଟିକାକରଣ କରିଛନ୍ତି ବୋଲି କ୍ରିଷ୍ଟିନା କହିଥିଲେ। ଏହା ଉପରେ ପ୍ରଧାନମନ୍ତ୍ରୀ ତାଙ୍କୁ ଯେ କିଛି ଲୋକ ଟିକା ଫୋଡା ଯିବା ସମୟରେ ପାଟି କରିଥିବେ ନିଶ୍ଚୟ। କ୍ରିଷ୍ଟିନା କହିଛନ୍ତି ହଁ, କିଛି ଲୋକ ଭୟଭୀତ ଥିଲେ କିନ୍ତୁ ଲୋକମାନେ ସହଯୋଗ କରନ୍ତି। ନର୍ସଙ୍କ ସହ ବାର୍ତ୍ତାଳାପ ପରେ ପ୍ରଧାନମନ୍ତ୍ରୀ ମଧ୍ୟ ତାଙ୍କୁ ଆଶୀର୍ବାଦ ଦେଇଥିଲେ।ପ୍ରଧାନମନ୍ତ୍ରୀ ଆରଏମଏଲରେ ଥିବା ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ କଥାବାର୍ତ୍ତା କରିଥିଲେ। ଏହି ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଟିକାକରଣ ଅଭିଯାନକୁ ନେଇ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ କର୍ମୀଙ୍କୁ ସର୍ବଦା ପ୍ରଶଂସା କରୁଛନ୍ତି।
ଦେଶରେ ଟିକାକରଣ ଅଭିଯାନ ଜାନୁଆରୀ ୧୬ରୁ ଆରମ୍ଭ ହୋଇଥିଲା ଏବଂ ଏହାର ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକାକରଣ କରାଯାଇଥିଲା। ଦେଶରେ ୪୫ ବର୍ଷରୁ ଅଧିକ ବୟସର ସମସ୍ତ ଲୋକଙ୍କୁ ଟିକାକରଣ ଏପ୍ରିଲ ୧ରୁ ଆରମ୍ଭ ହୋଇଥିଲା ଏବଂ ୧୮ ବର୍ଷରୁ ଅଧିକ ବୟସର ସମସ୍ତ ଲୋକଙ୍କୁ ଟିକାକରଣ ମେ ୧ରୁ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ...

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ...

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ...

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି।...

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା

ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ...

ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ

କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍‌ ଅନ୍ଦାଜରେ ଆସି ନାମାଙ୍କନ...

ହ୍ବାଟସଆପର ଭୁଲ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ, ୭୯ ଲକ୍ଷରୁ ଅଧିକ ଆକାଉଣ୍ଟ ଉପରେ ମେଟା ଲଗାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୪।୫: ମେଟା ମାଲିକାନା ହ୍ବାଟସ ଆପ କହିଛି ଯେ ମାର୍ଚ୍ଚରେ ଏହା ଭାରତରେ ୭୯ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ମାର୍ଚ୍ଚ ୧ ରୁ ୩୧ମଧ୍ୟରେ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri