୫ ଲକ୍ଷ ଟଙ୍କାର କଫ ସିରପ୍‌, ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୧୦: ଖୋର୍ଦ୍ଧା ଜିଲାରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସ୍‌ଟିଏଫ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ ସତ୍ତ୍ୱେ ଏହି କାରବାର କମୁନାହିଁ। ଏଥିସହ ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଯୁବକ, କଲେଜ ଛାତ୍ର ଏବଂ ମହିଳାମାନଙ୍କୁ ଏଥିରେ ସାମିଲ କରାଯାଉଛି। ଶୁକ୍ରବାର ଖୋର୍ଦ୍ଧା ଅବକାରୀ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି। ସେ ହେଲେ ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଦଓ୍ବୋନସାହିର ଅମରେଶ ବେହେରା(୨୭)। ତାଙ୍କ ନିକଟରୁ ୩୦ଗ୍ରାମ ବ୍ରାଉନସୁଗାର, ୭ଶହ କଫସିରପ୍‌ ବୋତଲ, ୪୯ହଜାର ୫୭୦ଟଙ୍କା ଓ ଏକ ବାଇକ୍‌ ଜବତ ହୋଇଛି। ଜବତ ବ୍ରାଉନସୁଗାର ଓ କଫସିରପ୍‌ର ଆନୁମାନିକ ମୂଲ୍ୟ ପ୍ରାୟ ୫ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ମୁତାବକ, ଗୁରୁବାର ରାତି ପ୍ରାୟ ୮ଟା ୩୦ରେ ସ୍ଥାନୀୟ ବିଡିଏ କଲୋନୀ ଛକରେ ଅମରେଶ ବାଇକ୍‌ ଡିକିରେ କଫସିରପ୍‌ ଏବଂ ବ୍ରାଉନସୁଗାର ପୁଡ଼ିଆ ରଖି ବିକ୍ରି କରୁଥିବା ବିଭାଗକୁ ବିଶେଷ ସୂତ୍ରରୁ ଖବର ମିଳିଥିଲା। ଅବକାରୀ ଇନିସପେକ୍ଟର ଭୈରବ ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ସାଦା ପୋଷାକରେ ପହଞ୍ଚିି ଅମେରଶଙ୍କୁ କାବୁ କରିବା ସହ ନିଶା ସାମଗ୍ରୀ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri