Posted inଜାତୀୟ

ଆତଙ୍କବାଦୀଙ୍କ ଉପରେ ଚାଲିବ ଯୋଗୀଙ୍କ ଆଇନ, ଉତ୍ତରପ୍ରଦେଶ ଜେଲ୍‌ରେ ୨୬ ଆତଙ୍କବାଦୀ…

ଲକ୍ଷ୍ନୌ,୨୩।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଘଟଣାର ବୃଦ୍ଧିକୁ ରୋକିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିପାଇଁ ଜମ୍ମୁ-କଶ୍ମୀରର ଜେଲରେ ବନ୍ଦୀ ଥିବା ‘ଏ’ ଏବଂ ‘ବି’ ବର୍ଗର ହାର୍ଡକୋର ଆତଙ୍କବାଦୀଙ୍କୁ ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର କରାଯାଉଛି। କଶ୍ମୀର ଉପତ୍ୟକାର ବିଭିନ୍ନ କେନ୍ଦ୍ରୀୟ ଜେଲରେ ବନ୍ଦୀ ହୋଇଥିବା ୨୬ ଆତଙ୍କବାଦୀଙ୍କ ପ୍ରଥମ ଗୋଷ୍ଠୀକୁ ୨୨ ଅକ୍ଟୋବରରେ ଉତ୍ତରପ୍ରଦେଶର ଆଗ୍ରା ସେଣ୍ଟ୍ରାଲ ଜେଲକୁ ପଠାଯାଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ଆତଙ୍କବାଦୀଙ୍କୁ ସ୍ଥାନାନ୍ତର କରିବା ପାଇଁ ଜମ୍ମୁ-କଶ୍ମୀର ଜନ ନିରାପତ୍ତା ଆଇନ, ୧୯୭୮ର ଧାରା ୧୦ (ଖ) ଅନୁଯାୟୀ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।

କୁହାଯାଉଛି ଯେ, ଜମ୍ମୁ-କଶ୍ମୀରର ଜେଲରେ ବନ୍ଦୀ ଥିବା ୧୦୦ ଜଣ ଆତଙ୍କବାଦୀଙ୍କ ତାଲିକା ସୁରକ୍ଷା ବାହିନୀ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ଆତଙ୍କବାଦୀମାନେ ଜେଲରେ ଥିବାବେଳେ ବାହାରେ ସେମାନଙ୍କ ସହଯୋଗୀଙ୍କ ସହିତ ଯୋଗାଯୋଗରେ ଥିବା ଅଭିଯୋଗ ହୋଇଛି। ଜେଲରେ ବନ୍ଦୀ ହୋଇଥିବା ଆତଙ୍କବାଦୀମାନେ ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣକୁ ପରୋକ୍ଷରେ ପରିଚାଳନା କରୁଛନ୍ତି। ୩୦ ଆତଙ୍କବାଦୀଙ୍କୁ ‘ଏ’ ବର୍ଗରେ ରଖାଯାଇଥିବାବେଳେ ୭୦ଙ୍କୁ ‘ବି’ ବର୍ଗରେ ରଖାଯାଇଛି।

ସେମାନେ ଜେଲରୁ ଖସିଯିବାର ଆଶଙ୍କା ରହିଥିବାର କୁହାଯାଉଛି। ଏହି ୧୦୦ ଆତଙ୍କବାଦୀଙ୍କ ତାଲିକାରୁ ୨୬ ଜଣ ଆତଙ୍କବାଦୀଙ୍କୁ ଉତ୍ତରପ୍ରଦେଶର ଜେଲକୁ ପଠାଯାଇଛି। ଏଠାରେ ଆତଙ୍କବାଦୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଆଇନ ଚାଲିବ ବୋଲି ଆତଙ୍କବାଦୀଙ୍କ ମଧ୍ୟରେ ଭୟ ପ୍ରକାଶ ପାଇଥିବା ଚର୍ଚ୍ଚା ହେଉଛି। ସେମାନଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶ୍ରୀନଗର ବିମାନ ବନ୍ଦରକୁ ସ୍ଥାନାନ୍ତର କରାଯାଇଥିଲା। ପରେ ସେଠାରୁ ଏହି ଆତଙ୍କବାଦୀଙ୍କୁ ଚାଟାର୍ଡ ବିମାନରେ ଆଗ୍ରା ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri