Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ
ଆଜିର ଗ୍ରହଯୋଗ ଆପଣଙ୍କୁ କାର୍ଯ୍ୟସିଦ୍ଧି ଘଟାଇବା ସହ ହସଖୁସି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପାରିବାରିିକ କ୍ଷେତ୍ର ବୁଝାମଣା ଭିତିରେ ଶୃଙ୍ଖଳିତ ହେବ।
ବୃଷ
ବୃଷ
ଅଫିସ୍‌ରେ ଅଟକି ରହିଥିବା କେତେକ ଫାଇଲ୍‌ କାମ ତାହାର କାରଣ ହୋଇପାରେ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ। କିନ୍ତୁ ପାରିବାରିକ ଜୀବନରେ ତିକ୍ତତା ସୃଷ୍ଟି ହେବାରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଅବଶ୍ୟ ମୃଗଶିରା ନକ୍ଷତ୍ର ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
କର୍କଟ
କର୍କଟ
ଭୁଲ୍‌ ବୁଝାମଣା କାରଣରୁ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ପରିବାରର ବ୍ୟୟ ଅଟକଳ କରିବେ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ, ଅନ୍ୟଥା ସମସ୍ୟା ଭିତରକୁ ଯାଇପାରନ୍ତି। ବନ୍ଧୁମାନଙ୍କ କାର୍ଯ୍ୟକଳାପ ସନ୍ଦେହଜନକ ମନେ ହୋଇପାରେ।
ସି˚ହ
ସି˚ହ
ଆଜି ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡ଼ିବ। କୌଣସି ବନ୍ଧୁ ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପରିବାରରେ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ।
କନ୍ୟା
ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ି ବଢ଼ି ଯାଉଥିବାରୁ ଦୁର୍ଭାବନା ବଢ଼ିଚାଲିବ। ବାରମ୍ବାର ବିଫଳତା କାରଣରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଆବଶ୍ୟକତା ପୂରଣ କରିବାକୁ ଯାଇ ମୋଟା ଅଙ୍କର ଅର୍ଥ ଧାରକରଜ କରିବାକୁ ପଡ଼ିପାରେ।
ତୁଳା
ତୁଳା
ବନ୍ଧୁମାନଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସାୟାହ୍ନେ ଶାରୀରିକ ପୀଡ଼ା ଯୋଗଁୁ ମନ ବିଚଳିତ ହୋଇପାରେ। ସତର୍କତା ରକ୍ଷା ନ କଲେ ନିଜ ଲୋକମାନେ ବିଶ୍ୱାସଘାତକତାରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟା ରହିଥିଲେ କାମ ମଧ୍ୟ କରିବାକୁ ପଛାଇବେ ନାହିଁ।
ବିଛା
ବିଛା
ଆତ୍ମୀୟମାନେ ଦୂରେଇଯିବା ଆକସ୍ମିକ ସମସ୍ୟା ସୃଷ୍ଟି କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ଧନୁ
ଧନୁ
ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, କିନ୍ତୁ ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ। ହଠାତ୍‌ କୌଣସି ଅପ୍ରୀତିକର ଖବର ପାଇ ସକାଳୁ ସକାଳୁ ମନଟା ବିଗିଡ଼ି ଯାଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ସମ୍ପର୍କୀୟଙ୍କ ସାହାଯ୍ୟରୁ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହେବ।
ମକର
ମକର
ବନ୍ଧୁମାନଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି ଆକସ୍ମିକ କଳହର ସୂଚନା ରହିଛି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ଉତ୍ତରାଷାଢ଼ା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆଜିର ଜୀବନଚର୍ଯ୍ୟା ମଧ୍ୟରେ ଅତୀତକୁ ଧରିବସିଲେ ବର୍ତ୍ତମାନକୁ ହରାଇବାକୁ ପଡିବ। ତୀର୍ଥସ୍ଥଳରେ କିମ୍ବା ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଦୀର୍ଘପଥ ଭ୍ରମଣ ହେତୁ ଅବସାଦ ଦେଖାଦେଇ ପାରେ। ଘରୁ ଭୁଲ୍‌ ଖବର ପାଇ ସାମୟିକ ବିବ୍ରତ ହୋଇପାରନ୍ତି।
ମୀନମୀନ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ, ଯାହା ଓ ଯେମିତି ଚାହୁଁଛନ୍ତି ତାହା ଅବଶ୍ୟ ପାଇପାରିବେ। ଆକସ୍ମିକ ଭାବରେ ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟିରୁ ମନ ଖୁସି ରହିପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ବହୁ ପୂର୍ବରୁ ଭଲ ସମ୍ପର୍କ ନଥିବା କୌଣସି ଗୁପ୍ତ ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri