Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆର ବଡ଼ ନିଷ୍ପତ୍ତି; ସ୍ବଦେଶ ଫେରିଲେ ଏହି ୪ ଖେଳାଳି

ନୂଆଦିଲ୍ଲୀ,୨୩।୧୦: ୟୁଏଇ ଏବଂ ଓମାନରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତ ସହ ଥିବା ୪ ଖେଳାଳି ସ୍ବଦେଶ ଫେରି ଆସିଛନ୍ତି। ସେମାନେ ହେଲେ କରନ ଶର୍ମା, କ୍ରିଷ୍ଣାପ୍ପା ଗୌତମ, ଭେଙ୍କଟେଶ ଆୟାର, ଶହବାଜ ଅହମଦ। ଭାରତରେ ସୟିଦ ମୁସ୍ତାକ ଅଲୀ ଟ୍ରଫିରେ ଏହି ୪ ଖେଳାଳି ନିଜ ନିଜ ରାଜ୍ୟ ପକ୍ଷରୁ ଖେଳିବେ। ଏଥିପାଇଁ ସେମାନେ ବିଶ୍ୱକପ୍‌ ଆରମ୍ଭ ହେବା ପୂର୍ବରୁ ଫେରି ଆସିଛନ୍ତି।

ତେବେ ନଭେମ୍ବର ୪ରୁ ସୟିଦ ମୁସ୍ତାକ ଅଲୀ ଟ୍ରଫି ଆରମ୍ଭ ହେବ। ଅପରପକ୍ଷେ ବିଶ୍ୱକପ୍‌ ଟୁର୍ନାମେଣ୍ଟ ଆରମ୍ଭ ହେବା ପରେ ଟିମ୍‌କୁ ଅଧିକ ନେଟ୍‌ ସେକ୍ସନ ମିଳିବ ନାହିଁ। ଏଣୁ ସ୍ପିନ ବୋଲର୍‌ଙ୍କ ଆବଶ୍ୟକତା ନାହିଁ। ଏଥିପାଇଁ ୪ ସ୍ପିନରଙ୍କୁ ଟ୍ରଫିରେ ଭାଗ ନେବାକୁ କୁହାଯାଇଛି। ଏହାଦ୍ୱାରା ସେମାନେ ଲାଭବାନ ହେବେ। ସେମାନେ ଅଭ୍ୟାସ କରିବାକୁ ପର୍ଯ୍ୟାପ୍ତ ସମୟ ପାଇବେ ବୋଲି ବିସିସିଆଇର ଜଣେ ଅଧିକାରୀ କହିଛନ୍ତି।

ପ୍ରକାଶ ଯେ, ଭାରତ ରବିବାରଠାରୁ ପାକିସ୍ତାନ ବିପକ୍ଷରେ ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିବ। ଏହାପୂର୍ବରୁ ଦଳ ଦୁଇଟି ଅଭ୍ୟାସ ମ୍ୟାଚ୍‌ ଖେଳିଥିଲା। ଦୁଇଟିଯାକରେ ଦଳ ବିଜେତା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri