୨ କି.ମି. ଚାଲିଲେ ଗର୍ଭବତୀ

ବନ୍ତ,୨୩।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ନିଳୋକ ପଞ୍ଚାୟତ ତାଳବାଙ୍କ ଆଦିବାସୀ ସାହିକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ଚାଲି ଚାଲି ମୁଖ୍ୟରାସ୍ତା ପର୍ଯ୍ୟନ୍ତ ଯିବାକୁ ପଡ଼ିଛି। ଗତ ଗୁରବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଘଟଣା ପଦାକୁ ଆସିଛି।

ପ୍ରକାଶ ଯେ, ତାଳବାଙ୍କ ଆଦିବାସୀ ସାହିର ନାଥ ମୁଣ୍ଡାଙ୍କ ସ୍ତ୍ରୀ ବୁଦୁନି(୨୫) ପ୍ରସବ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। କିଛି ସମୟ ମଧ୍ୟରେ ଆମ୍ବୁଲାନ୍ସ ଆସିଥିଲା। କିନ୍ତୁ ରାସ୍ତା ଖରାପ ଯୋଗୁ ଗ୍ରାମ ମଧ୍ୟକୁ ଆସି ନ ପାରି ଆମ୍ବୁଲାନ୍ସ ୨ କି.ମି. ଦୂର ମୁଖ୍ୟ ରାସ୍ତାରେ ଅଟକି ରହିଥିଲା। ଫଳରେ ଆଶାକର୍ମୀ ଓ ପରିବାର ଲୋକେ ବୁଦୁନିଙ୍କୁ ଚଲାଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବା ପରେ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।
ବାଲିଗଢ଼ିଆ ଆର୍‌.ଡି ରୋଡ୍‌ଠାରୁ ତାଳବାଙ୍କ ରେବ ନଦୀ ପର୍ଯ୍ୟନ୍ତ ଅଢ଼େଇ କି.ମି. ରାସ୍ତା ଗତ ୧୦ ବର୍ଷ ହେବ ମରାମତି ହୋଇନାହିଁ। ଫଳରେ ରାସ୍ତା ଖାଲଖମାରେ ପରିଣତ ହୋଇଛି। ବର୍ଷାଦିନେ ଚାଲିକି ଯିବା କଷ୍ଟକର ହୋଇପଡୁଛି। ଏହି ଗ୍ରାମରେ ପ୍ରାୟ ୨ ଶହ ଅନୁସୂଚିତ ଜନଜାତି ସମେତ ପ୍ରାୟ ୫ ଶହରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଉକ୍ତ ରାସ୍ତା ମରାମତି କରା ନ ଗଲେ ଭୋଟ୍‌ ବର୍ଜନ କରିବେ ବୋଲି ନନ୍ଦକିଶୋର ବାରିକ, କାହ୍ନୁ ଚରଣ ନାୟକ, ଟିମା ମୁଣ୍ଡା, ଶଙ୍କର ମୁଣ୍ଡା, ମଧୁ ମୁଣ୍ଡାଙ୍କ ସମେତ ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଏବିଡିଓ ନିଶିକାନ୍ତ ଖୁଣ୍ଟିଆଙ୍କୁ ପଚାରିବାରୁ ଉକ୍ତ ରାସ୍ତା ମରାମତି ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri