ରୁମ୍‌ ନଂ.୨୦କୁ ନେଇ ବଢୁଛି ସସ୍‌ପେନ୍ସ

ଭବାନୀପାଟଣା,୨୩ା୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଏବେ ପୋଲିସ କବଜାରେ ରହିଛନ୍ତି। ଗୋବିନ୍ଦ ଶୁକ୍ରବାର ହତ୍ୟା ଘଟଣାର ସିନ୍‌ ରିକ୍ରିଏଶନ କରିଥିଲେ  । ଏହାର ଭିଡିଓ ଏବେ ଭାଇରାଲ ହେଉଥିବା ବେଳେ ଏହି ଘଟଣାକୁ ନେଇ ଏବେ ବି ବହୁ ଅସମାହିତ ପ୍ରଶ୍ନ ଉପରୁ ପରଦା ଉଠି ପାରିନାହିଁ  । ଏପରି ସମୟରେ ଚର୍ଚ୍ଚାକୁ ଆସିଛି ରୁମ୍‌ ନଂ-୨୦।

ସ୍କୁଲ ପରିସରରେ ଥିବା କଲେଜର ଯୁକ୍ତ ୩ ଲେଡିଜ୍‌ ହଷ୍ଟେଲର ସବୁ ରୁମରେ ଗୋଟିଏ ପ୍ରକାର ତାଲା ପଡ଼ିଥିବା ବେଳେ ରୁମ୍‌ ନଂ ୨୦ରେ ପଡ଼ିଛି ଭିନ୍ନ ତାଲା। କ’ଣ ପାଇଁ ଏହି ରୁମରେ ଅଲଗା ତାଲା ପଡ଼ିଛି, କିଏ କରିଛି ଏପରି କାମ, କ’ଣ ରହିଛି ଏଥିରେ ଗୁମର ଏହାକୁ ନେଇ ଏବେ ଦେଖାଦେଇଛି ସସପେନ୍ସ। ମମିତା ମର୍ଡର ମିଷ୍ଟ୍ରିର ତଦନ୍ତ କରୁ କରୁ ବଲାଙ୍ଗୀର ପୋଲିସ କଳାହାଣ୍ଡି ଜିଲା ମହାଲିଙ୍ଗ କଲେଜର ଯୁକ୍ତ ୩ ଲେଡିଜ୍‌ ହଷ୍ଟେଲରେ ପହଞ୍ଚିଥିଲା। ମାତ୍ର ସେଠାରେ ରୁମ୍‌ ନଂ-୨୦ରେ ଏକ ଅଲଗା ତାଲା ପଡିଥିବା ବେଳେ ତାହାର ଚାବି ପାଇ ନ ଥିଲା ପୋଲିସ। ଏପରି କି ୱାଡେନ ବି ଏ ସମ୍ପର୍କରେ ପୋଲିସକୁ ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ ।

ଗତ ୮ ତାରିଖରେ ମମିତାଙ୍କୁ ହତ୍ୟା କରାଯାଇଥିଲେ ହେଁ ୧୩ ତାରିଖ ପର୍ଯ୍ୟନ୍ତ ଖୁଲମଖୁଲା ବୁଲିଥିଲେ ଗୋବିନ୍ଦ। ଏହି ସମୟରେ ରୁମ୍‌ ନଂ-୨୦କୁ ଯାଇ ସେଠାରେ ଥିବା ପ୍ରମାଣ ନଷ୍ଟ କରିଥିବା ଅଭିଯୋଗ ହେଉଛି। ସେଠାରେ ରହୁଥିବା ଅନ୍ତେବାସୀଙ୍କୁ ବଲାଙ୍ଗୀର ପୋଲିସ ବାରମ୍ବାର ପଚରାଉଚରା କରିଥିଲା। ତେଣୁ ମମିତା ମର୍ଡର ମିଷ୍ଟ୍ରି ସହ ରୁମ୍‌ ନଂ-୨୦ର ଲିଙ୍କ୍‌ ଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହାପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri