ଯୁବତୀଙ୍କୁ ଘରୁ ଡାକିନେଇ ବଳାତ୍କାର ପରେ ହତ୍ୟା

କେନ୍ଦୁଝର,୨୪ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଜଣେ ଶିଶୁ କନ୍ୟାଙ୍କ ଗଳିତ ମୃତଦେହ ଜବତ ହେବାର ଦିନକ ପରେ ପୁଣି ଜଣେ ଯୁବତୀଙ୍କୁ ଘରୁ ଡାକିନେଇ ହତ୍ୟା କରାଯିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ରବିବାର ଏକ ପରିତ୍ୟକ୍ତ ସ୍ଥାନରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବତୀଙ ମୃତଦେହ ଜବତ ହୋଇଛି। ପଣ୍ଡାପଡ଼ା ଥାନା ଅଧୀନ ବସନ୍ତପୁର ବଡ଼ଖମଣ ସାହିରେ ଶନିବାର ରାତିରେ ଏହି ଅମାନବୀୟ ଘଟଣା ଘଟିଛି। ଶରୀରରେ କ୍ଷତଚିହ୍ନ ଥିବାରୁ ତାଙ୍କୁ କେହି ଡାକି ନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ଶନିବାର ରାତିରେ ଯୁବତୀ ଜଣକ ତାଙ୍କ ମା’ଙ୍କ ସହ ଘରେ ଶୋଇଥିଲେ। ରାତି ପ୍ରାୟ ୧୧ଟା ବେଳେ ମା’ଙ୍କ ନିଦ ଭାଙ୍ଗି ଯିବାରୁ ଝିଅ ପାଖରେ ନ ଥିବା ଦେଖିଥିଲେ। ପରିବାର ଲୋକେ ରାତିସାରା ଖୋଜା ଖୋଜି କରିଥିଲେ ହେଁ ଝିଅଙ୍କୁ ପାଇ ନ ଥିଲେ। ତେବେ ଯୁବତୀ ଜଣକ ବ୍ୟବହାର କରୁଥିବା ଫୋନ ମିଳି ନ ଥିବାରୁ ନାନା ସନ୍ଦେହ ସୃଷ୍ଟି ହେଉଛି। ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି କେନ୍ଦୁଝର ସଦର ଏସ୍‌ଡିପିଓ ପି.ଜେ.ଟପ୍ପୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri