ଗୋବିନ୍ଦଙ୍କ କୋଭିଡ୍‌ ରିପୋର୍ଟକୁ ନେଇ ବଢିଲା ଦ୍ୱନ୍ଦ୍ୱ

ଟିଟିଲାଗଡ଼, ୨୫।୧୦(ଡି.ଏନ.ଏ.): ମମିତା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ବାରାକରୁ ଗତ ୧୭ ତାରିଖ ରାତିରେ ଫେରାର ହେବା ଦିନଠାରୁ ଭିନ୍ନ ଆଲୋଚନା ଜୋର ଧରିଛି। ଏଥର ଆଲୋଚନା ଗୋବିନ୍ଦଙ୍କ କରୋନା ଟେଷ୍ଟକୁ ନେଇ। ୧୭ତାରିଖ ରାତିରେ ବାରାକରୁ ଗୋବିନ୍ଦ ଫେରାର ହୋଇଥିବା ବେଳେ ଟିଟିଲାଗଡ ଡାକ୍ତରଖାନା ରିପୋର୍ଟରେ ୧୮ ତାରିଖ ତାଙ୍କର କରୋନା ପରୀକ୍ଷଣ କରାଯାଇଥିବା ଦର୍ଶାଯାଇଥିବାକୁ ନେଇ କେତେକ ବୈଦ୍ୟୁତିକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ହେଲେ ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି ଯେ, ୧୭ ତାରିଖ ଅପରାହ୍ନ ୩.୨୫ରେ ଗୋବିନ୍ଦଙ୍କ କରୋନା ପରୀକ୍ଷା କରାଯାଇଛି। ତାଙ୍କର ପଞ୍ଜିକରଣ ସଂଖ୍ୟା ୬୩୭୫୮ ଏବଂ କ୍ରମିକ ସଂଖ୍ୟା ୧୯୬ ବୋଲି ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ ନାୟକ ସ୍ପଷ୍ଟ କରିଛନ୍ତି। ପ୍ରତ୍ୟେକ ଦିନ ଜିଲାପାଳ ତଥା ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ପାଖକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ତଥା ପରୀକ୍ଷା ସଂଖ୍ୟାର ରିପୋର୍ଟ ଯାଇଥାଏ। ଦିନ ୧୨ଟା ପରେ ଯାହା ରିପୋର୍ଟ ଆସେ ତା ପରଦିନକୁ ହିସାବ ଯାଏ। ଏହାକୁ ନେଇ କୌଣସି ସନ୍ଦେହ ନାହିଁ ବୋଲି ଡା. ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri